ହୋଣ୍ଡାର ସ୍ପେଶାଲ ଏଡିଶନ ଆମେଜ୍‌

ଭୁବନେଶ୍ୱର: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ସ୍ପେଶାଲ ଏଡିଶନ ଆମେଜ୍‌ ମଡେଲ ବଜାରକୁ ଆସିଛି। ପାର୍ବଣ ଉପଲକ୍ଷେ ଏହି ଫ୍ୟାମିଲ ସେଡାନକୁ କମ୍ପାନୀ ଉନ୍ମୋଚନ କରିଛି। ଏଥିରେ କମ୍ପାନୀ ଅନେକ ଆକର୍ଷଣୀୟ ଫିଚର ଯୋଡିଛି। ଏହାର ଲୋକପ୍ରିୟ ଏସ୍‌ ଗ୍ରେଡ୍‌ ଏମ୍‌ଟି ଏବଂ ସିଭିଟି ଭର୍ସନରେ ଆସିଛି। ଉଭୟ ପେଟ୍ରୋଲ ଏବଂ ଡିଜେଲ ଇଞ୍ଜିନ ବିକଳ୍ପ ଏଥିରେ ରହିଛି। ନୂଆ ସ୍ପେଶାଲ ଏଡିଶନ ଆମେଜ୍‌କୁ ବଜାର ପ୍ରବେଶ କରାଇ ଅତ୍ୟନ୍ତ ଖୁସି ବୋଲି କମ୍ପାନୀର ସେଲ୍‌ସ ଏବଂ ମାର୍କେଟିଂ ନିର୍ଦ୍ଦେଶକ ରାଜେଶ ଗୋୟଲ ସୂଚନା ଦେଇଛନ୍ତି। ଏଥିରେ ଅତ୍ୟାଧୁନିକ ଡିସ୍ପଲେ ଅଡିଓ ସିଷ୍ଟମ, ଉନ୍ନତ ବଡି ଗ୍ରାଫିକ୍ସ, ଷ୍ଟାଇଲ ସିଟ୍‌ କଭର ଏବଂ ସ୍ବତନ୍ତ୍ର ଲୋଗୋ, ବ୍ୟାଜିଂ ରହିଛି। ଏହାର ଏକ୍ସ ଶୋ’ରୁମ୍‌ ଦିଲ୍ଲୀ ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଆରମ୍ଭ ହେଉଛି। ମଡେଲଟି ଆକର୍ଷଣୀୟ ମୂଲ୍ୟରେ ଆସିଥିବାରୁ ଏହାଦ୍ୱାରା ଗ୍ରାହକ ଉନ୍ନତ ଭାଲ୍ୟୁ ଲାଭ କରିପାରିବେ ବୋଲି ଆଶାବାଦୀ ରହିଥିବା ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri