ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଏଚ୍‌ସିଆଇଏଲ ମୋଟ ଉତ୍ପାଦନ ୨ ନିୟୁତ ୟୁନିଟ୍‌ ସହ ଏକ ବିରଳ ମାଇଲଖୁଣ୍ଟ ସ୍ଥାପନ କରିଥିବା ଜଣାପଡ଼ିଛି। ଏପରିକି କମ୍ପାନୀର ପ୍ରିମିୟମ ସେଡାନ ହୋଣ୍ଡା ସିଟି ଆନୁଷ୍ଠାନିକ ଭାବେ ରାଜସ୍ଥାନ ତାପୁକାରାସ୍ଥିତ ଅତ୍ୟାଧୁନିକ ଉତ୍ପାଦନ କାରଖାନାର ଆସେମ୍ବ୍ଲି ଲାଇନରୁ ଉପତ୍ାଦିତ ହେବା ସହ ଭାରତରେ ନିର୍ମିତ ଏହା ୨ ନିୟୁତ ତମ ହୋଣ୍ଡା କାର ହୋଇପାରିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସିଆନ ହୋଣ୍ଡା ମୋଟର କମ୍ପାନୀ ଲିମିଟେଡର ଏକ୍‌ଜିକ୍ୟୁଟିଭ ଭାଇସ ପ୍ରେସିଡେଣ୍ଟ ହିରୋଶି ଟୋକୁଟାକେ, ଡାଇରେକ୍ଟର କାଟ୍‌ସୁହିରୋ କାନେଡାଙ୍କ ସମେତ କମ୍ପାନୀର ଆଞ୍ଚଳିକ କାର୍ଯ୍ୟାଳୟର ବରିଷ୍ଠ ନେତୃବୃନ୍ଦ ଓ ଏଚ୍‌ସିଆଇଏଲର ପରିଚାଳନାମଣ୍ଡଳୀ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏଚସିଆଇଏଲର ସଭାପତି ତଥା ସିଇଓ ତାକୁୟା ସୁମୁରା କହିଛନ୍ତି, ଭାରତରେ କମ୍ପାନୀ ୨ ନିୟୁତ ଉପତ୍ାଦନର ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚତ୍ଛି। ଗତ ୨୫ ବର୍ଷ ଧରି ‘ମେକ୍‌ ଇନ୍‌ ଇଣ୍ଡିଆ’ ପ୍ରୟାସ ପ୍ରତି ହୋଣ୍ଡାର ପ୍ରତିବଦ୍ଧତାର ଏହା ଏକ ନିଦର୍ଶନ ହୋଇପାରିଛି। ଆମେ ଆମର ସମସ୍ତ ଗ୍ରାହକ, ଡିଲର ସହଭାଗୀ ଏବଂ ସପ୍ଲାୟର ସହଭାଗୀଙ୍କୁ ସେମାନଙ୍କର ଆମ ଉପରେ ରହିଥିବା ବିଶ୍ୱାସ ଏବଂ ହୋଣ୍ଡାକୁ ଦେଶରେ ଏକ ପ୍ରିୟ ଏବଂ ବିଶ୍ୱସନୀୟ ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା ପାଇଁ ଗଭୀର କୃତଜ୍ଞତା ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri