ହୋଣ୍ଡାର ୨ ନିୟୁତ ଉତ୍ପାଦନ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୯।୧୧: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ନିକଟରେ ଭାରତ ବଜାରର ଏକ ବଡ଼ ସଫଳତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭାରତରେ ଏଚ୍‌ସିଆଇଏଲ ମୋଟ ଉତ୍ପାଦନ ୨ ନିୟୁତ ୟୁନିଟ୍‌ ସହ ଏକ ବିରଳ ମାଇଲଖୁଣ୍ଟ ସ୍ଥାପନ କରିଥିବା ଜଣାପଡ଼ିଛି। ଏପରିକି କମ୍ପାନୀର ପ୍ରିମିୟମ ସେଡାନ ହୋଣ୍ଡା ସିଟି ଆନୁଷ୍ଠାନିକ ଭାବେ ରାଜସ୍ଥାନ ତାପୁକାରାସ୍ଥିତ ଅତ୍ୟାଧୁନିକ ଉତ୍ପାଦନ କାରଖାନାର ଆସେମ୍ବ୍ଲି ଲାଇନରୁ ଉପତ୍ାଦିତ ହେବା ସହ ଭାରତରେ ନିର୍ମିତ ଏହା ୨ ନିୟୁତ ତମ ହୋଣ୍ଡା କାର ହୋଇପାରିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସିଆନ ହୋଣ୍ଡା ମୋଟର କମ୍ପାନୀ ଲିମିଟେଡର ଏକ୍‌ଜିକ୍ୟୁଟିଭ ଭାଇସ ପ୍ରେସିଡେଣ୍ଟ ହିରୋଶି ଟୋକୁଟାକେ, ଡାଇରେକ୍ଟର କାଟ୍‌ସୁହିରୋ କାନେଡାଙ୍କ ସମେତ କମ୍ପାନୀର ଆଞ୍ଚଳିକ କାର୍ଯ୍ୟାଳୟର ବରିଷ୍ଠ ନେତୃବୃନ୍ଦ ଓ ଏଚ୍‌ସିଆଇଏଲର ପରିଚାଳନାମଣ୍ଡଳୀ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏଚସିଆଇଏଲର ସଭାପତି ତଥା ସିଇଓ ତାକୁୟା ସୁମୁରା କହିଛନ୍ତି, ଭାରତରେ କମ୍ପାନୀ ୨ ନିୟୁତ ଉପତ୍ାଦନର ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚତ୍ଛି। ଗତ ୨୫ ବର୍ଷ ଧରି ‘ମେକ୍‌ ଇନ୍‌ ଇଣ୍ଡିଆ’ ପ୍ରୟାସ ପ୍ରତି ହୋଣ୍ଡାର ପ୍ରତିବଦ୍ଧତାର ଏହା ଏକ ନିଦର୍ଶନ ହୋଇପାରିଛି। ଆମେ ଆମର ସମସ୍ତ ଗ୍ରାହକ, ଡିଲର ସହଭାଗୀ ଏବଂ ସପ୍ଲାୟର ସହଭାଗୀଙ୍କୁ ସେମାନଙ୍କର ଆମ ଉପରେ ରହିଥିବା ବିଶ୍ୱାସ ଏବଂ ହୋଣ୍ଡାକୁ ଦେଶରେ ଏକ ପ୍ରିୟ ଏବଂ ବିଶ୍ୱସନୀୟ ବ୍ରାଣ୍ଡ୍‌ ଭାବେ ପ୍ରତିଷ୍ଠିତ କରାଇବାରେ ସହାୟତା ପାଇଁ ଗଭୀର କୃତଜ୍ଞତା ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?