ଜୁନ୍‌ରେ ହୋଣ୍ଡାର ଘରୋଇ ବିକ୍ରି ୫୦୮୦ ୟୁନିଟ୍‌

ଭୁବନେଶ୍ୱର,୩।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଭାରତର ଅଗ୍ରଣୀ ପ୍ରିମିୟମ କାର ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌) ପକ୍ଷରୁ ୨୦୨୩ ଜୁନ୍‌ର କାରବାର ସମ୍ପର୍କରେ ବିସ୍ତୃତ ଘୋଷଣା କରାଯାଇଛି। ବିଶେଷ କରି କମ୍ପାନୀ ଚଳିତ ବର୍ଷ ଜୁନ୍‌ ମାସରେ ମୋଟ ୫୦୮୦ ୟୁନିଟ କାର ଘରୋଇ ବଜାରରେ ବିକ୍ରି କରିଥିବା ବେଳେ ୨୧୧୨ ୟୁନିଟ ରପ୍ତାନି କରିଥିବା ଏଚସିଆଇଏଲ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କମ୍ପାନୀ ଗତ ବର୍ଷ ଜୁନରେ ମୋଟ ୭୮୩୪ ୟୁନିଟ କାର ଘରୋଇ ବଜାରରେ ବିକ୍ରି କରିଥିବା ବେଳେ ୨୫୦୨ ୟୁନିଟ ରପ୍ତାନି କରିଥିବା ଏଚସିଆଇଏଲ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଏଚସିଆଇଏଲର ନିର୍ଦ୍ଦେଶକ ( ମାର୍କେଟିଙ୍ଗ ଆଣ୍ଡ ସେଲ୍‌ସ) ୟୁଇଚି ମୁରାତା କହିଛନ୍ତି, ୨୦୨୩ ଜୁନରେ କମ୍ପାନୀ କାରବାର ଆଶାନୁଯାୟୀ ହୋଇଥିବାବେଳେ ଆଗାମୀ ଦିନରେ କାରବାର ବଢିବାର ସମ୍ଭାବନା ରହିଛି। କାରଣ ନିକଟରେ କମ୍ପାନୀର ନୂତନ ମଡେଲ ବଜାରରେ ଉପଲବ୍ଧ ହେଉଥିବାବେଳେ ଏସୟୁଭି ଗ୍ରାହକମାନେ ହୋଣ୍ଡାର ନୂତନ ମଡେଲ ସାଙ୍ଗକୁ ପୂଜା ବଜାରକୁ ଅପେକ୍ଷା କରିଛନ୍ତି। ସେହିଭଳି ପୂଜାରେ ନୂତନ ମଡେଲ ସହିତ ନୂଆ ନୂଆ ଅଫର ଓ ସୁବିଧା ସହ ନୂଆ ମଡେଲ ଉନ୍ମୋଚନ ହେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri