ବଜାଜ ଫାଇନାନ୍ସ ସହ ହୋଣ୍ଡାର ସହଭାଗିତା

ଭୁବନେଶ୍ୱର,୯।୮: ହୋଣ୍ଡା କାରସ୍‌ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ଏବଂ ବଜାଜ୍‌ ଫାଇନାନ୍ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉଭୟ ସଂସ୍ଥାର କାରବାର ବୃଦ୍ଧି ଏବଂ ଗ୍ରାହକଙ୍କ ଆବଶ୍ୟକତା ପୂରଣକୁ ଆଖି ଆଗରେ ରଖି ଏଭଳି ଏକ ସହଭାଗିତା କରାଯାଇଛି। ଏପରିକି କମ୍ପାନୀ ଗ୍ରାହକଙ୍କୁ ସରଳ ଓ ସୁବିଧାର ସହକାରେ ଫାଇନାନ୍ସ ଯୋଗାଇବା ଏବଂ ବାଧାମୁକ୍ତ ସେବା ଯୋଗାଇଦେବାକୁ ଗୁରୁତ୍ୱ ଦିଆଯାଇଛି। ଫଳରେ ଉଭୟ ସଂସ୍ଥାର କାର୍‌ ବୃଦ୍ଧି ସହ ଗ୍ରାହକଙ୍କ ଆବଶ୍ୟକତା ପୂରଣ ହୋଇପାରିବ। ଏ ସମ୍ପର୍କରେ ହୋଣ୍ଡା କାରସ୍‌ ଇଣ୍ଡିଆ ଲିମିଟେଡ୍‌ର ଭାଇସ ପ୍ରେସିଡେଣ୍ଟ ( ବିକ୍ରି ଓ ବିପଣନ) କୁନାଲ ବେହି କହିଛନ୍ତି, ଗ୍ରାହକଙ୍କ ଆବଶ୍ୟକତା ପୂରଣ ସହ କାରବାର ବୃଦ୍ଧି ପାଇଁ ବଜାଜ ଫାଇନାନ୍ସ ସହି ଏହି ସହଭାଗିତା କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ବଜାଜ ଫାଇନାନ୍ସ (ଅଟୋ) ର ସିବିଓ ସିଦ୍ଧାର୍ଥ ଭଟ୍ଟ କହିଛନ୍ତି, ହୋଣ୍ଡା ସହ ସହଭାଗିତା କରି ଆମେ ବେଶ୍‌ ଆନନ୍ଦିତ ଥିବାବେଳେ ଗ୍ରାହକଙ୍କୁ ଏକ ବାଧାମୁକ୍ତ ସେବା ଯୋଗାଇବା ସହ କାରବାର ବୃଦ୍ଧିକୁ ବିଶେଷ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri