ମହୁ ଲଠାରେ ଭୋକ ମେଣ୍ଟୁଛି

କାଳିଆପାଣି,୮ା୪(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ ଅଧୀନ କଆଁସ ପଞ୍ଚାୟତ ବିଟ ସାହି ମହ୍ଲାର ବସ୍ତିର ଜନଜାତି ପରିବାର ବହୁ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ସରକାର ଗରିବ ଓ ଅସହାୟଙ୍କ ପାଇଁ ବହୁ ଯୋଜନା କରିଛନ୍ତି। ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ଏସବୁ ଯୋଜନା ସେମାନଙ୍କ ପାଖରେ ପହଞ୍ଚି ପାରୁନି। ଏପରି କି ସରକାରଙ୍କ ମୌଳିକ ଅଧିକାରରେ ଉପଲବ୍ଧ ସୁବିଧା ମଧ୍ୟ ମିଳିପାରୁନି। ଫଳରେ ପେଟର ଭୋକ ମେଣ୍ଟେଇବାକୁ ଜଙ୍ଗଲରେ ମିଳୁଥିବା ମହୁ ଲଠା ଉପରେ ସେମାନଙ୍କୁ ନିର୍ଭର କରିବାକୁ ପଡ଼ୁଛି। ଦୁଇ ଓଳି ଭାତ ଖାଇବାକୁ ମିଳୁ ନ ଥିବାରୁ ଜଙ୍ଗଲରୁ ସଂଗ୍ରହ ହେଉଥିବା କନ୍ଦା, ଖଜୁରି କନ୍ଦା, ପିତା ଆଳୁ ସହ ମହୁ ଲଠାରେ ଏମାନେ ଭୋକ ମେଣ୍ଟାଉଛନ୍ତି। ଘର କହିଲେ ଝାଟି ଓ କାଠରେ ଘେରା ଏକ କଳା ପଲିଥିନର ତିନିକଣିଆ ପଲା କୋଠରି। ଏହି ପଲା କୋଠରିରେ ଅତି ଦୟନୀୟ ଅବସ୍ଥାରେ ୧୨ ପରିବାର ବସବାସ କରୁଛନ୍ତି। ବହୁ ସମୟରେ ଗଣମାଧ୍ୟମରେ ମହ୍ଲାରମାନଙ୍କ ସମସ୍ୟା ସମ୍ପର୍କରେ ଖବର ପ୍ରକାଶିତ ହେଉଥିଲେ ବି ସେମାନଙ୍କ ସମସ୍ୟା ସମାଧାନ ହୋଇ ପାରୁନାହିଁ।
୨୦୨୦ରେ ଖବର ପ୍ରକାଶ ପରେ ଟାଟା ଷ୍ଟିଲ କମ୍ପାନୀ ପକ୍ଷରୁ ଘର ଛପର ପାଇଁ ସେମାନଙ୍କୁ ପଲିଥିନ ଯୋଗାଇ ଦିଆଯାଇଥିଲା। ସେ ସମୟରେ ସୁକିନ୍ଦା ବିଧାୟକ ତଥା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ମଲ୍ଲାର ବସ୍ତିକୁ ଯାଇ ଘର ଓ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ୪ ବର୍ଷ ବିତି ଯାଇଥିଲେ ମଧ୍ୟ ଘର ମିଳିବା ସ୍ବପ୍ନ ହୋଇ ରହିଯାଇଛି। ପୂର୍ବତନ ସରପଞ୍ଚ ରବୀନ୍ଦ୍ର ସାହୁ ସମସ୍ତ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିବାକୁ ଚେଷ୍ଟା କରିଥିବାବେଳେ ୪ ଜଣ ସାମିଲ ହୋଇ ପାରିଥିଲେ। ଅନ୍ୟମାନେ ଅଦ୍ୟାବଧି ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇ ପାରିନାହାନ୍ତି। ଜଙ୍ଗଲ ସଂଲଗ୍ନରେ ବସ୍ତି କରି ସେମାନେ ରହୁଥିଲେ ମଧ୍ୟ ଜଙ୍ଗଲ ଜମି ଅଧିକାର ଆଇନରେ ଜମି ପଟ୍ଟା ମିଳି ପାରୁନାହିଁ। ମହ୍ଲାରଙ୍କ ସମସ୍ୟା ଉପରେ ଖବର ପ୍ରକାଶ ପାଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ପୂର୍ବତନ ସରପଞ୍ଚ ସାହୁ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ସୁକିନ୍ଦା ବିଡିଓ ଅଭିଷେକ ସ୍ବାଇଁଙ୍କୁ ଫୋନ୍‌ ଦ୍ୱାରା ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri