ବଜାରରେ ଅନର ୨୦୦ ସିରିଜ୍‌

ଭୁବନେଶ୍ୱର,୨୦।୭ (ଅଭୟ ଦାଶ): ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ୍‌ ତଥା ଗ୍ଲୋବାଲ ଆଇକୋନିକ୍‌ ଟେକ୍ନୋଲୋଜି କମ୍ପାନୀ ‘ଅନର’ର ବହୁ ପ୍ରତୀକ୍ଷିତ ୨୦୦ ସିରିଜ ( ଅନର ୨୦୦ପ୍ରୋ ୫ଜି ଏବଂ ଅନର ୨୦୦ ୫ଜି ମଡେଲ)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଷ୍ଟ୍ରିବ୍ୟୁଟର (ଓଡ଼ିଶା ବଜାର) ଏସ୍‌ଏ ଇନ୍‌ଫୋସିସ ପ୍ରାଇଭେଟ୍‌ ଲିମିଟେଡ୍‌ ଆନୁକୂଲ୍ୟରେ ଏହି ସିରିଜକୁ ଓଡ଼ିଶା ବଜାରରେ ପ୍ରବେଶ କରାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଏସ୍‌ଏ ଇନ୍‌ଫୋସିସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ, ଅନର ୨୦୦ ସିରିଜ ୨ଟି ଭାରିଆଣ୍ଟ ଯଥା ଅନର ୨୦୦ ପ୍ରୋ ୫ଜି ଏବଂ ଅନର ୨୦୦ ୫ଜି ମଡେଲରେ ଉପଲବ୍ଧ ହେଉଥିଲାବେଳେ ଉଭୟ ମଡେଲରେ ଅନେକ ପ୍ରକାର ଫିଚର ଓ ଫାସିଲିଟ ସାମିଲ ରହିଛି। ଏପରିକି ୨ଟି ଆକର୍ଷଣୀୟ ରଙ୍ଗରେ ଉପଲବ୍ଧ ଏହି ସ୍ମାର୍ଟଫୋନ ଯଥାକ୍ରମେ ୫୭,୯୯୯ ଟଙ୍କା ଏବଂ ୩୪,୯୯୯ ଟଙ୍କା ରହିଛି।

ସେହିଭଳି ସୀମିତ ଅବଧି ପାଇଁ ଆକର୍ଷଣୀୟ ଅଫର ମଧ୍ୟ ଏହି ସ୍ମାର୍ଟଫୋନ ଉପରେ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି। ଏ ସମ୍ପର୍କରେ ଏଚ୍‌ଟେକ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ସିପି ଖାଣ୍ଡେଲଓ୍ବାଲ କହିଛନ୍ତି, ଅନର ୨୦୦ ସିରିଜର ଆନୁଷ୍ଠାନିକ ଶୁଭାରମ୍ଭ ସହ ବଜାର ପ୍ରବେଶ କରାଇଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ମଡେଲଦ୍ୱୟ ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି ବା ଏଆଇ ପରିଚାଳିତ ପୋଟ୍ରେଟ୍‌ ଫଟୋଗ୍ରାପ୍ତି, ଉତ୍କୃଷ୍ଟ ଡିସ୍‌ପ୍ଲେ ଟୋକ୍ନୋଲୋଜି ଓ ପ୍ରଦର୍ଶନ କ୍ଷମତା ସହିତ ଅନର ୨୦୦ ସିରିଜ ଶିଳ୍ପରେ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri