‘ମର୍ଯ୍ୟାଦାରେ କୋଭିଡ୍‌ ମୃତଦେହକୁ ସତ୍କାର କର’

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହକୁ ଅବହେଳା କରାଯାଉଛି। ଅନେକ ସମୟରେ ମୃତଦେହ ଦୀର୍ଘ ସମୟ ଧରି ଅବହେଳିତ ହୋଇ ପଡିରହୁଛି। ତେଣୁ କୋଭିଡ୍‌ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ଯେପରି ସତ୍କାର କରାଯିବ ସେ ନେଇ ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍‌ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ୍‌ ରୋଗୀଙ୍କ ସୁବିଧା, ସେମାନଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଏଥିସହିତ ରାଜ୍ୟର ୫ ଫୋକସ୍‌ ଜିଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧାମାନଙ୍କ ମନୋବଳ ଦୃଢ଼ ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ଜିଲା ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲାର କୋଭଡ୍‌ ଯୋଦ୍ଧାମାନଙ୍କ ସହିତ କଥାବାର୍ତ୍ତା କରୁଛନ୍ତି। କୋଭିଡ୍‌ ଯୋଦ୍ଧାଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସମୀକ୍ଷାରୁ ଜଣାପଡିଛି ଯେ ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ୫ଟି ଜିଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଓ ଚଳପ୍ରଚଳ ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ସେହିସବୁ ଜିଲା ଉପରେ ଅଧିକ ଫୋକସ କରାଯାଇ ପଦକ୍ଷେପ ନିଆଯାଇଛି।
ଗଞ୍ଜାମ ଜିଲାରେ ଅଧିକ ମାନବ ସମ୍ବଳ ସହିତ ଭେଣ୍ଟିଲେଟର, ଆମ୍ବୁଲାନ୍ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ବଳ୍ପ ଲକ୍ଷଣ ଥିବା ରୋଗୀମାନଙ୍କୁ ଏଣିକି ଘରେ ରହି ଚିକିତ୍ସା ପାଇଁ ଅନୁମତି ଦିଆଯିବ ଏଥିସହିତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥାଗୁଡିକୁ ମଧ୍ୟ କୋଭିଡ୍‌ କେୟାର ସେଣ୍ଟର ଖୋଲିବାକୁ ଅନୁମତି ଦିଆଯିବ। ଏଗୁଡିକର ପରିଚାଳନାକୁ ଉପଯୁକ୍ତ ଭାବରେ ତଦାରଖ କରିବା ସହିତ ମୋ ସରକାର ଅଧୀନରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଥିବା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ୮୧ ବର୍ଷୀୟ ଗୋପୀନାଥ ଡାକୁଆଙ୍କ ସହ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ କଥା ହୋଇ ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ। ପରିଣତ ବୟସରେ ସେ ଯେପରି ଦୃଢ଼ ମନୋବଳ ଗଭୀର ଆତ୍ମବିଶ୍ୱାସର ସହ କୋଭିଡ୍‌ର ମୁକାବିଲା କରି ସୁସ୍ଥ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। କୋଭିଡ୍‌ ସହ ତାଙ୍କ ସଫଳ ଲଢ଼େଇର ଅନୁଭୂତି ଅନ୍ୟମାନଙ୍କୁ ସାହସ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ, ରାଜ୍ୟରେ କୋଭିଡ୍‌ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡ଼ାକଡି ଭାବେ ପାଳନ କରାଯାଉଛି। ଗଞ୍ଜାମ ଜିଲାରେ ଆହ୍ବାନର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଛନ୍ତି ଯେ, କୋଭିଡ୍‌ ନିୟମାବଳୀର ଅନୁପାଳନକୁ କଡ଼ାକଡି କରାଯାଇଛି । ଉଲ୍ଲଂଘନ ପାଇଁ ସାରା ରାଜ୍ୟରେ ୬୯୧୯ ମାମଲା ରୁଜୁ କରାଯାଇଛି। ମାସ୍କ ନିୟମ ଉଲ୍ଲଂଘନ ପାଇଁ ୪.୫ କୋଟି ଟଙ୍କା ଏବଂ ସାମାଜିକ ଦୂରତ୍ୱ ଲାଗି ୬୩ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ୍‌ ପର୍ଯ୍ୟବେକ୍ଷକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri