‘ମର୍ଯ୍ୟାଦାରେ କୋଭିଡ୍‌ ମୃତଦେହକୁ ସତ୍କାର କର’

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହକୁ ଅବହେଳା କରାଯାଉଛି। ଅନେକ ସମୟରେ ମୃତଦେହ ଦୀର୍ଘ ସମୟ ଧରି ଅବହେଳିତ ହୋଇ ପଡିରହୁଛି। ତେଣୁ କୋଭିଡ୍‌ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ଯେପରି ସତ୍କାର କରାଯିବ ସେ ନେଇ ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍‌ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ୍‌ ରୋଗୀଙ୍କ ସୁବିଧା, ସେମାନଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଏଥିସହିତ ରାଜ୍ୟର ୫ ଫୋକସ୍‌ ଜିଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧାମାନଙ୍କ ମନୋବଳ ଦୃଢ଼ ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ଜିଲା ପର୍ଯ୍ୟବେକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲାର କୋଭଡ୍‌ ଯୋଦ୍ଧାମାନଙ୍କ ସହିତ କଥାବାର୍ତ୍ତା କରୁଛନ୍ତି। କୋଭିଡ୍‌ ଯୋଦ୍ଧାଙ୍କୁ ନିୟମିତ ତାଲିମ ଓ ଉତ୍ତମ ଖାଦ୍ୟ ଯୋଗାଣ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସମୀକ୍ଷାରୁ ଜଣାପଡିଛି ଯେ ଗଞ୍ଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଆଦି ୫ଟି ଜିଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଓ ଚଳପ୍ରଚଳ ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ବାନମୂଳକ ରହିଛି। ତେଣୁ ସେହିସବୁ ଜିଲା ଉପରେ ଅଧିକ ଫୋକସ କରାଯାଇ ପଦକ୍ଷେପ ନିଆଯାଇଛି।
ଗଞ୍ଜାମ ଜିଲାରେ ଅଧିକ ମାନବ ସମ୍ବଳ ସହିତ ଭେଣ୍ଟିଲେଟର, ଆମ୍ବୁଲାନ୍ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ସମସ୍ତ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ବଳ୍ପ ଲକ୍ଷଣ ଥିବା ରୋଗୀମାନଙ୍କୁ ଏଣିକି ଘରେ ରହି ଚିକିତ୍ସା ପାଇଁ ଅନୁମତି ଦିଆଯିବ ଏଥିସହିତ ବିଭିନ୍ନ କର୍ପୋରେଟ୍‌ ସଂସ୍ଥାଗୁଡିକୁ ମଧ୍ୟ କୋଭିଡ୍‌ କେୟାର ସେଣ୍ଟର ଖୋଲିବାକୁ ଅନୁମତି ଦିଆଯିବ। ଏଗୁଡିକର ପରିଚାଳନାକୁ ଉପଯୁକ୍ତ ଭାବରେ ତଦାରଖ କରିବା ସହିତ ମୋ ସରକାର ଅଧୀନରେ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଥିବା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ୮୧ ବର୍ଷୀୟ ଗୋପୀନାଥ ଡାକୁଆଙ୍କ ସହ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ କଥା ହୋଇ ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ। ପରିଣତ ବୟସରେ ସେ ଯେପରି ଦୃଢ଼ ମନୋବଳ ଗଭୀର ଆତ୍ମବିଶ୍ୱାସର ସହ କୋଭିଡ୍‌ର ମୁକାବିଲା କରି ସୁସ୍ଥ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି। କୋଭିଡ୍‌ ସହ ତାଙ୍କ ସଫଳ ଲଢ଼େଇର ଅନୁଭୂତି ଅନ୍ୟମାନଙ୍କୁ ସାହସ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବୈଠକରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ଯେ, ରାଜ୍ୟରେ କୋଭିଡ୍‌ ମୁକାବିଲା ପାଇଁ ଥିବା ସମସ୍ତ ନୀତି ଓ ନିର୍ଦ୍ଦେଶକୁ କଡ଼ାକଡି ଭାବେ ପାଳନ କରାଯାଉଛି। ଗଞ୍ଜାମ ଜିଲାରେ ଆହ୍ବାନର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଛନ୍ତି ଯେ, କୋଭିଡ୍‌ ନିୟମାବଳୀର ଅନୁପାଳନକୁ କଡ଼ାକଡି କରାଯାଇଛି । ଉଲ୍ଲଂଘନ ପାଇଁ ସାରା ରାଜ୍ୟରେ ୬୯୧୯ ମାମଲା ରୁଜୁ କରାଯାଇଛି। ମାସ୍କ ନିୟମ ଉଲ୍ଲଂଘନ ପାଇଁ ୪.୫ କୋଟି ଟଙ୍କା ଏବଂ ସାମାଜିକ ଦୂରତ୍ୱ ଲାଗି ୬୩ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ବିଭିନ୍ନ ବିଭାଗର ଶାସନ ସଚିବ ଓ କୋଭିଡ୍‌ ପର୍ଯ୍ୟବେକ୍ଷକମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri