ପ୍ରେମ ପାଇଁ ଅନର କିଲିଂ: ୭ କୋର୍ଟ ଚାଲାଣ

ବାଲିଗୁଡ଼ା,୭ା୯(ଡି.ଏନ୍‌.ଏ.): ପ୍ରେମ କରିବା ମହଙ୍ଗା ପଡ଼ିଲା। ସମ୍ମାନ ପାଇଁ ପ୍ରେମିକଙ୍କୁ ହତ୍ୟା କରିଥିଲେ ଝିଅର ପରିବାର ଲୋକେ। ଏଭଳି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ବାଲିଗୁଡ଼ା ପୋଲିସ ୧୭ ଜଣକୁ ଅଟକରଖି ପଚରାଉଚରା କରୁଥିଲା। ସେଥି ମଧ୍ୟରୁ ବୁଧବାର ୭ ଜଣକୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟ ୬ ଜଣଙ୍କ ପଚରାଉଚରା ପାଇଁ ରଖାଯାଇଥିବା ଥାନାଧିକାରୀ କହିଛନ୍ତ।

କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଲଣ୍ଡାଗାଁ ପଞ୍ଚାୟତ ଫଟକିମାଲ ଗ୍ରାମ ତଲିପଡ଼ା ବସ୍ତିର ଜଣେ ଯୁବତୀଙ୍କୁ ବୌଦ୍ଧ ଜିଲା ଘଣ୍ଟାପଡ଼ା ଗ୍ରାମର ଶୁକଦେବ ରଣା ନାମକ ଜଣେ ଯୁବକ ଭଲ ପାଉଥିଲେ। ଯୁବତୀ ଜଣକ କଲେଜରେ ପଢୁଥିବା ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। କିନ୍ତୁ ଶେଷରେ ପ୍ରେମ ପାଇଁ ଶୁକଦେବଙ୍କର ଜୀବନ ଚାଲିଗଲା। ଅଗଷ୍ଟ ୨୬ରେ ଶୁକଦେବ କୁଆଡ଼େ ଯୁବତୀଙ୍କୁ ଭେଟିବା ପାଇଁ ତଳିପଡ଼ା ଆସିଥିଲେ। ଏତିକିବେଳ ଝିଅର ବାପା ଶୁକଦେବଙ୍କୁ ଝିଅ ସହ କଥା ହେବା ଜାଣି ପାରିଥିଲେ। ସାହି ପଡ଼ିଶାଙ୍କୁ ଖବର ଦେଇ ଶୁକଦେବଙ୍କୁ ଟାଣି ଆଣି ପିଟାପିଟି କରିଥିଲେ। ଘଟଣା ସ୍ଥଳରେ ଶୁକଦେବଙ୍କ ଜୀବନ ଚାଲି ଯାଇଥିଲା। ପରେ ଏକ ଜରି ବସ୍ତାରେ ବାନ୍ଧି ଶୁକଦେବଙ୍କୁ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଶୁକଦେବ ପରିବାର ଥାନାରେ ଏକ ନିଖୋଜ ମାମାଲା ଦେଇଥିଲେ। ପୋଲିସ ତଦନ୍ତ ବେଳେ ଶୁକଦେବଙ୍କୁ ହତ୍ୟା କରାଯାଇଥିବା ନେଇ ସୁରାକ ପାଇଥିଲା । ଏହା ପରେ ଜଙ୍ଗଲରୁ ଶୁକଦେବଙ୍କ ଗଳିତ ମୃତଦେହକୁ ଉଦ୍ଧାର କରି ପୋଲିସ ଅଧିକ ତଦନ୍ତ ଜାରି ରଖିଥିଲା l ବୁଧବାର ଉକ୍ତ ହତ୍ୟାରେ ସମ୍ପୃକ୍ତ ଯୁବତୀଙ୍କ ବାପା ଦୁଃଶାସନ ମଲ୍ଲିକଙ୍କ ସମେତ ଗିରିଶ ଚନ୍ଦ୍ର ମଲ୍ଲିକ, ନୀଳବନ୍ତ ମଲ୍ଲିକ, ଉତ୍ତମ ମଲ୍ଲିକ, ଯୋଗେନ୍ଦ୍ର ମଲ୍ଲିକ, କବିରାଜ ଠେଲା ଓ ସୁଦୀପ ସେଠୀଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri