Posted inଜାତୀୟ

ଆନ୍ଧ୍ରରେ ଅନର କିଲିଂ

ଅମରାବତୀ, ୬।୧୧: ଆନ୍ଧ୍ର ବିଶାଖାପାଟଣାରେ ଜଣେ ବ୍ୟକ୍ତି ନିଜ ୧୬ ବର୍ଷୀୟା ଝିଅକୁ ହତ୍ୟା କରିଛନ୍ତି। ହତ୍ୟା ପରେ ଅଭିଯୁକ୍ତ ଭାରା ପ୍ରସାଦ ସୋସିଆଲ ମିଡିଆରେ ଅପରାଧ ସ୍ବୀକାର କରିଥିବା ଏକ ଭିଡିଓ ଶେୟାର ମଧ୍ୟ କରିଛନ୍ତି। ଝିଅ ନିକିତା ଶ୍ରୀ ପଡ଼ିଶା ଘରେ ରହୁଥିବା ଜଣେ ଯୁବକଙ୍କ ସହ ପ୍ରେମ ସମ୍ପର୍କରେ ଥିବାବେଳେ ପାଠପଢ଼ାରେ ମନ ଦେଉ ନ ଥିଲେ। ଏହାକୁ କେନ୍ଦ୍ରକରି ପ୍ରସାଦ ନିକିତାଙ୍କୁ ହତ୍ୟା କରିଥିବା ଜାରି ଭିଡିଓରେ କହିଛନ୍ତି। ପ୍ରେମିକ ସହିତ ମିଳାମିଶା ନ କରିବାକୁ ସେ ନିକିତାଙ୍କୁ ବାରମ୍ବାର ମନା କରୁଥିଲେ। ବାପା ପ୍ରସାଦଙ୍କ କଥାକୁ ନ ମାନି ପ୍ରେମିକ ସହ ନିୟମିତ ମିଳାମିଶା ଚଳାଇଥିଲେ ନିକିତା। ଝିଅର ଏ ପ୍ରକାର ମନମୁଖି କାର୍ଯ୍ୟ ପାଇଁ ପ୍ରସାଦ ରାଗିଯାଇ ଝିଅଙ୍କୁ ହତ୍ୟା କରିବାର ଚରମ ନିଷ୍ପତ୍ତି ନେଇଥିଲେ। ଶୁକ୍ରବାର ସନ୍ଧ୍ୟା ସାଢ଼େ ୪ଟାବେଳେ ଭାରା ବେଲ୍ଟରେ ନିକିତାଙ୍କ ଗଳାଚିପି ହତ୍ୟା କରିଥିବା ଭାଇଗାଜ୍‌ ସିଟି ଓ୍ବାନ୍‌ ଟାଉନ୍‌ ପୋଲିସ କହିଛି। ୧୩ ବର୍ଷ ପୂର୍ବେ ପ୍ରସାଦଙ୍କ ସ୍ତ୍ରୀ ଜଣେ ଯୁବକଙ୍କ ସହ ଫେରାର୍‌ ହୋଇଯାଇଥିବାବେଳେ ଦୁଇ ବର୍ଷ ପୂର୍ବେ ତାଙ୍କ ବଡ଼ ଝିଅ ମଧ୍ୟ ପ୍ରେମିକ ସହ ଘର ଛାଡ଼ି ଚାଲିଯାଇଥିଲେ। ପେସାରେ ଆମ୍ବୁଲାନ୍ସ ଡ୍ରାଇଭର ପ୍ରସାଦଙ୍କୁ ପୋଲିସ ଗିରଫ କରିବା ସହ ଆଇପିସି ଧାରା ୩୦୨ ଅନ୍ତର୍ଗତ ଏକ ମାମଲା ରୁଜୁ କରିଛି। ପୋଲିସ ଘଟଣା ସମ୍ପର୍କରେ ଅଧିକ ଛାନ୍‌ଭିନ୍‌ ଜାରି ରଖିଥିବା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri