କଳାହାଣ୍ଡିରେ ଅନରକିଲିଂ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ବାଞ୍ଜିପଦର ଗାଁରେ ଘଟିଛି ଅନରକିଲିଂ। ଗାଁ ନିକଟରୁ ପ୍ରେମୀଯୁଗଳଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ତଦନ୍ତ କରୁଥିବା ପୋଲିସ ଏହା ସ୍ପଷ୍ଟ କରିଛି। ଏହି ଘଟଣାରେ ପ୍ରେମିକାଙ୍କ ବାପା କନେଶ୍ୱର ପଟେଲ, ଭିଣୋଇ ଠଣସୁନ୍ଦର ନାଏକ ଓ କକା ଦେବାନନ୍ଦ ପଟେଲଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେମାନେ ହିଁ ହତ୍ୟାକାରୀ ଏବଂ ଆତ୍ମସମ୍ମାନ ପାଇଁ ଏହି ହତ୍ୟାକାଣ୍ଡ ଘଟାଇଥିବା ଭବାନୀପାଟଣାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ଏସ୍‌ପି ଅଭିଳାଷ ଜି. କହିଛନ୍ତି। ଗତ ୩୦ ତାରିଖରେ ପ୍ରେମୀଯୁଗଳ ଘରୁ ଫେରାର ହୋଇଥିଲେ। ସେହିଦିନ ଏକ ଆଖୁ କିଆରିରେ ଲୁଚିଥିବା ବେଳେ ପ୍ରେମିକାଙ୍କ ବାପା, କକା ଓ ଭିଣୋଇ ସେମାନଙ୍କୁ ତଣ୍ଟିଚିପି ହତ୍ୟାକରି ଗଛରେ ଟାଙ୍ଗିଦେଇ ଆତ୍ମହତ୍ୟାର ରୂପ ଦେଇଥିଲେ ବୋଲି ଏସ୍‌ପି କହିଛନ୍ତି।
ସୂଚନାନୁଯାୟୀ, ବାଞ୍ଜିପଦର ଗାଁର ଯୁବକ ସୁନୀଲ ପଟେଲ (୨୨) ଓ ଯୁବତୀ ଜେମାମଣି ପଟେଲ (୨୦)ଙ୍କ ମଧ୍ୟରେ ପ୍ରାୟ ୨ ବର୍ଷ ହେଲା ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ଉଭୟେ ସମ୍ପର୍କୀୟ ହୋଇଥିବାରୁ ଏହି ସମ୍ପର୍କକୁ ପ୍ରେମିକଙ୍କ ପରିବାର ସମର୍ଥନ ଦେଇ ଆସୁଥିଲେ। ହେଲେ ପ୍ରେମିକାଙ୍କ ପରିବାର ଏହାକୁ ବିରୋଧ କରିଥିଲେ। ଗତ ୩୦ ତାରିଖରେ ଉଭୟେ ଘରୁ ପଳାଇଯାଇ ଗାଁ ନିକଟ ଏକ ଆଖୁ କିଆରିରେ ଲୁଚି ରହିଥିଲେ। କୌଣସି ସୂତ୍ରରୁ ଯୁବତୀଙ୍କ ବାପା କନେଶ୍ୱର ଖବର ପାଇ ଠଣସୁନ୍ଦର ଓ ଦେବାନନ୍ଦଙ୍କୁ ସାଙ୍ଗରେ ନେଇ ପ୍ରେମୀଯୁଗଳ ଲୁଚି ରହିଥିବା ସ୍ଥାନରେ ପହଞ୍ଚିଥିଲେ। ପରେ ଉଭୟଙ୍କୁ ତଣ୍ଟି ଚିପି ହତ୍ୟା କରିବା ସହ ମୃତଦେହ ଦ୍ୱୟକୁ ବାଞ୍ଜିପଦର ଓ ସାଗୁନ ଭାଡ଼ି ଗାଁ ମଧ୍ୟରେ ଥିବା ଏକ ନାଳ ନିକଟକୁ ଆଣି ଏକ ଗଛରେ ଟାଙ୍ଗି ଆତ୍ମହତ୍ୟାର ରୂପ ଦେଇଥିଲେ। ଗତ ଜୁଲାଇ ୨ରେ ଝିଅ ନିଖୋଜ ହୋଇଥିବା ନେଇ କନେଶ୍ୱର ଧର୍ମଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ତଦନ୍ତ କରିଥିଲା। ଗତ ୯ ତାରିଖ ଅପରାହ୍ନରେ ମୃତଦେହ ଥିବା ସ୍ଥାନରୁ ଦୁର୍ଗନ୍ଧ ବାହାରିବା ପରେ ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଭୟଙ୍କ ଗଳିତ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା। ଅନ୍ୟପକ୍ଷେ ଯୁବତୀଙ୍କ ପରିବାର ଲୋକେ ହତ୍ୟା କରିଥିବା ନେଇ ଯୁବକଙ୍କ ବାପା ମୋହନ ପଟେଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ  ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଯୁବତୀଙ୍କ ବାପା, ଭିଣୋଇ ଓ କକା ଏହି ହତ୍ୟା କରିଥିବା ନେଇ ପୋଲିସ ଜାଣିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?