ସୁକିନ୍ଦାରେ ଅନରକିଲିଂ

ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ ସୁଶୀଲ କ୍ଷତ୍ରିୟ ଜାତିର। ତେଣୁ ସୁଶୀଲଙ୍କ ପରିବାର ଲୋକେ ସେମାନଙ୍କୁ ଘରୁ ବାହାର କରି ଦେଇଥିଲେ। ଫଳରେ ସୁଶୀଲ ଓ ବିଜୟଲକ୍ଷ୍ମୀ ସୁକିନ୍ଦା ଅଞ୍ଚଳର ଏକ ଭଡ଼ା ଘରେ ରହି ଆସୁଥିଲେ। ତାଙ୍କର ୪ ବର୍ଷର ଶିଶୁପୁତ୍ର ମଧ୍ୟ ରହିଛି। ସୁଶୀଲ ବାଙ୍ଗାଲୋରରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବାବେଳେ କିଛି ମାସ ହେବ ଘରକୁ ଆସିଥିଲେ। ବିଜୟଲକ୍ଷ୍ମୀଙ୍କ ଅଭିଯୋଗ ଅନୁଯାୟୀ, ପରିବାର ଲୋକେ ପୂର୍ବରୁ ବିଭିନ୍ନ ସମୟରେ ସୁଶୀଲଙ୍କଠାରୁ ଉଧାର ଆକାରରେ ଲକ୍ଷାଧିକ ଟଙ୍କା ନେଇଥିଲେ। ଘର ତିଆରି କରିବାକୁ ଟଙ୍କା ଆବଶ୍ୟକ ପଡ଼ିବାରୁ ସୁଶୀଲ ତାଙ୍କ ବାପାଙ୍କୁ ଦେଇଥିବା ଟଙ୍କା ଫେରସ୍ତ ମାଗିଥିଲେ। ତାହାକୁ ନେଇ ମତଭେଦ ଆରମ୍ଭ ହୋଇଥିଲା। ଟଙ୍କା ନ ଦେଇ ବିଭିନ୍ନ ଆଳ ଦେଖାଉଥିଲେ ପରିବାର ଲୋକେ। ତେବେ ସୁଶୀଲ ପୁଣି ବାଙ୍ଗାଲୋର ଯିବା ପାଇଁ ଟଙ୍କା ଆବଶ୍ୟକ ପଡ଼ିବାରୁ ଗତ ୧୬ ତାରିଖରେ ନିଜ ଘରକୁ ଟଙ୍କା ମାଗିବାକୁ ଯାଇଥିଲେ। ହେଲେ ଆଉ ଫେରି ନ ଥିଲେ। ପରଦିନ ଘର ନିକଟ କୂଅରୁ ତାଙ୍କ ମୃତଦେହ ମିଳିଥିଲା। ୧୭ ତାରିଖରେ ଅଗ୍ନିଶମ ବାହିନୀ ଉକ୍ତ କୂଅରୁ ସୁଶୀଲଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ସୁକିନ୍ଦା ଥାନା ପୋଲିସ ୩୨/୨୦୨୪ ନମ୍ବରରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଗତ ୧୮ ତାରିଖରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତେବେ ବିଜୟଲକ୍ଷ୍ମୀ ଘଟଣାର ୨ ଦିନ ପରେ ୧୯ ତାରିଖରେ ସୁକିନ୍ଦା ଥାନାରେ ତାଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ଅଭିଯୋଗରେ ସେ ସୁଶୀଲଙ୍କ ବାପା, ମା’, ୫ ଭଉଣୀ ଓ ଜଣେ ମାମୁ ସମ୍ପୃକ୍ତ ଥିବା ଦର୍ଶାଇଛନ୍ତି। ଘଟଣାକୁ ପ୍ରାୟ ୧୩ ଦିନ ଅତିକ୍ରାନ୍ତ ହୋଇସାରିଥିଲେ ହେଁ ପୋଲିସର ତଦନ୍ତ ସେତେଟା ଫଳପ୍ରଦ ହୋଇପାରିନାହିଁ। ଏଯାଏ ସୁଶୀଲଙ୍କ ମୃତ୍ୟୁ ଘଟଣାର ରହସ୍ୟ ପର୍ଦ୍ଦାଫାଶ କରିବାରେ ପୋଲିସ ବିଫଳ ହୋଇଛି। ଅନ୍ୟପକ୍ଷରେ ଥାନାରେ ଅଭିଯୋଗ ହେବା ପରେ ସୁଶୀଲଙ୍କ ପରିବାର ଲୋକେ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ତଦନ୍ତ ଅଧିକାରୀ ମଦନମୋହନ ସାମଲଙ୍କୁ ପଚାରିବାରେ ସେ କହିଛନ୍ତି, ଘଟଣାର ତଦନ୍ତ ଚାଲିଛି। ତଦନ୍ତ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri