ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ମିଳିଛି। ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଡ. ସାମନ୍ତଙ୍କୁ ସମ୍ମାନସୂଚକ ଡିଲିଟ୍‌ ପ୍ରଦାନ କରାଯାଇଛି। ଆସାମ ରାଜ୍ୟପାଳ ଗୁଲାବ ଚାନ୍ଦ କଟାରିଆଙ୍କଠାରୁ ସେ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏହା ହେଉଛି ତାଙ୍କର ୫୧ତମ ଡକ୍ଟରେଟ। ଏହା ତାଙ୍କୁ ସମାଜ ପାଇଁ ଆହୁରି ଅଧିକ କାର୍ଯ୍ୟ କରିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ସମ୍ମାନ ଗ୍ରହଣ କରିବା ଅବସରରେ ଡ. ସାମନ୍ତ ଏହା କହିଛନ୍ତି। ଏହି ଦୀକ୍ଷାନ୍ତ ସମାରୋହରେ କେନ୍ଦ୍ର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ରାଜକୁମାର ରଞ୍ଜନ ସିଂହ, ବିଶ୍ୱବିଦ୍ୟାଳୟ କୁଳାଧିପତି ଭବେନ୍ଦ୍ର ନାଥ ଡେକା, କୁଳପତି ଡ. ମୃଦୁଳ ହଜାରିକା, କୁଳସଚିବ ପ୍ରଫେସର ମୃଣାଳ କୁମାର ବୋରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଓଡ଼ିଶାରେ...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri