୪ ବର୍ଷ ୟୁଜି ପାଠ୍ୟକ୍ରମ ପରେ ଅନର୍ସ ଡିଗ୍ରୀ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ଏଣିକି ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପଢ଼ିବାକୁ ପଡ଼ିବ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଚିଠା ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି। ନୂଆ ଚିଠା ନିୟମାବଳୀ ଅନୁଯାୟୀ, ୩ ବର୍ଷ ପରିବର୍ତ୍ତେ ୪ ବର୍ଷ ଅଣ୍ଡରଗ୍ରାଜୁଏଶନ (ୟୁଜି) ପାଠ୍ୟକ୍ରମ ଶେଷ କରିବା ପରେ ଛାତ୍ରୀଛାତ୍ର ଅନର୍ସ ଡିଗ୍ରୀ ସାର୍ଟିଫିକେଟ ପାଇବାକୁ ସକ୍ଷମ ହେବେ। ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ଶିକ୍ଷାର ସଂସ୍କାର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ପରିବର୍ତ୍ତନ ଅଣାଯାଉଛି। ଏହି ଆଧାରରେ ୪ ବର୍ଷିଆ ଅଣ୍ଡରଗ୍ରାଜୁଏଟ୍‌ ଚିଠା ପାଠ୍ୟକ୍ରମ ପ୍ରସ୍ତୁତ ହୋଇଛି। ଏ ସମ୍ପର୍କରେ ଆସନ୍ତା ସୋମବାର ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ ପାଇପାରେ। ସେଥିରେ ୪ ବର୍ଷର ସ୍ନାତକ ପାଇଁ ସମସ୍ତ ନିୟମ ଓ ନିର୍ଦ୍ଦେଶାବଳୀ ରହିବ। ସ୍ନାତକ ଡିଗ୍ରୀ ସାର୍ଟିଫିକେଟ୍‌ ପାଇବା ପାଇଁ ପୂର୍ବପରି ତିନିବର୍ଷ ପଢ଼ିବାକୁ ପଡ଼ିବ। ତେବେ ସ୍ନାତକ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ରଖାଯାଇଛି। ସେହିଭଳି ଯେଉଁ ଛାତ୍ରୀଛାତ୍ର ପ୍ରାରମ୍ଭିକ ୬ଟି ସେମିଷ୍ଟରରେ ୭୫ ପ୍ରତିଶତରୁ ଅଧିକ ନମ୍ବର ରଖିବେ ଏବଂ ଗ୍ରାଜୁଏଶନ ସ୍ତରରେ ରିସର୍ଚ୍ଚ କରିବାକୁ ଚାହିଁବେ, ସେମାନଙ୍କୁ ଚତୁର୍ଥ ବର୍ଷରେ ରିସର୍ଚ୍ଚ ବିଷୟ ବାଛିବା ପାଇଁ ସୁଯୋଗ ଦିଆଯିବ। ଆଉ ଏହା ପରେ ତାଙ୍କୁ ରିସର୍ଚ୍ଚ ସହିତ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ। ଯେଉଁ ଛାତ୍ରୀଛାତ୍ର ଏବେ ତିନି ବର୍ଷିଆ ସ୍ନାତକ ଡିଗ୍ରୀ ପାଇଁ ନାମ ଲେଖାଇଛନ୍ତି, ସେମାନେ ମଧ୍ୟ ଚାରି ବର୍ଷିଆ ସ୍ନାତକ ଡିଗ୍ରୀ ପଢ଼ିପାରିବେ ବୋଲି ୟୁଜିସି ପକ୍ଷରୁ ପ୍ରସ୍ତାବ ରଖାଯାଇଛି। ସ୍ନାତକରେ ଏକ ବର୍ଷ ସମ୍ପୂର୍ଣ୍ଣ ହେବା ପରେ ବର୍ଷିକିଆ ସାର୍ଟିଫିକେଟ୍‌ ମିଳିବ। ଦୁଇ ବର୍ଷ ପରେ ଡିପ୍ଲୋମା ଓ ତିନି ବର୍ଷ ପରେ ସ୍ନାତକ ସାର୍ଟିଫିକେଟ୍‌ ଦିଆଯିବ। ତିନି ବର୍ଷିଆ ସ୍ନାତକ ଡିଗ୍ରୀ ଛାତ୍ରୀଛାତ୍ରଙ୍କ ପାଇଁ ଦୁଇ ବର୍ଷିଆ ପିଜି ପାଠ୍ୟକ୍ରମ ରହିବ। ଅନ୍ୟପକ୍ଷରେ ୪ବର୍ଷରେ ଅନର୍ସ ଡିଗ୍ରୀ ସାରିଥିବା ଛାତ୍ରୀଛାତ୍ରଙ୍କ ପାଇଁ ପିଜି ପାଠ୍ୟକ୍ରମ ଏକ ବର୍ଷ ରହିବ ବୋଲି ପ୍ରସ୍ତାବ ରହିଛି। ସୂଚନାନୁଯାୟୀ, ଏହି ପାଠ୍ୟକ୍ରମରେ କ୍ରେଡିଟ୍‌ ସ୍କୋର୍‌ ସିଷ୍ଟମ୍‌ ଲାଗୁ ହେବ। ଆଉ ଏହି ନିୟମ ଆଧାରରେ ୧୬୦ କ୍ରେଡିଟ୍‌ ସ୍କୋର୍‌ କରୁଥିବା ଛାତ୍ରୀଛାତ୍ରଙ୍କୁ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri