୪ ବର୍ଷ ୟୁଜି ପାଠ୍ୟକ୍ରମ ପରେ ଅନର୍ସ ଡିଗ୍ରୀ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ଏଣିକି ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପଢ଼ିବାକୁ ପଡ଼ିବ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଚିଠା ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି। ନୂଆ ଚିଠା ନିୟମାବଳୀ ଅନୁଯାୟୀ, ୩ ବର୍ଷ ପରିବର୍ତ୍ତେ ୪ ବର୍ଷ ଅଣ୍ଡରଗ୍ରାଜୁଏଶନ (ୟୁଜି) ପାଠ୍ୟକ୍ରମ ଶେଷ କରିବା ପରେ ଛାତ୍ରୀଛାତ୍ର ଅନର୍ସ ଡିଗ୍ରୀ ସାର୍ଟିଫିକେଟ ପାଇବାକୁ ସକ୍ଷମ ହେବେ। ଜାତୀୟ ଶିକ୍ଷାନୀତି ଅନୁସାରେ ରାଜ୍ୟରେ ଶିକ୍ଷାର ସଂସ୍କାର ପାଇଁ ବିଭିନ୍ନ ପାଠ୍ୟକ୍ରମରେ ପରିବର୍ତ୍ତନ ଅଣାଯାଉଛି। ଏହି ଆଧାରରେ ୪ ବର୍ଷିଆ ଅଣ୍ଡରଗ୍ରାଜୁଏଟ୍‌ ଚିଠା ପାଠ୍ୟକ୍ରମ ପ୍ରସ୍ତୁତ ହୋଇଛି। ଏ ସମ୍ପର୍କରେ ଆସନ୍ତା ସୋମବାର ଆନୁଷ୍ଠାନିକ ଭାବେ ବିଜ୍ଞପ୍ତି ପ୍ରକାଶ ପାଇପାରେ। ସେଥିରେ ୪ ବର୍ଷର ସ୍ନାତକ ପାଇଁ ସମସ୍ତ ନିୟମ ଓ ନିର୍ଦ୍ଦେଶାବଳୀ ରହିବ। ସ୍ନାତକ ଡିଗ୍ରୀ ସାର୍ଟିଫିକେଟ୍‌ ପାଇବା ପାଇଁ ପୂର୍ବପରି ତିନିବର୍ଷ ପଢ଼ିବାକୁ ପଡ଼ିବ। ତେବେ ସ୍ନାତକ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ରଖାଯାଇଛି। ସେହିଭଳି ଯେଉଁ ଛାତ୍ରୀଛାତ୍ର ପ୍ରାରମ୍ଭିକ ୬ଟି ସେମିଷ୍ଟରରେ ୭୫ ପ୍ରତିଶତରୁ ଅଧିକ ନମ୍ବର ରଖିବେ ଏବଂ ଗ୍ରାଜୁଏଶନ ସ୍ତରରେ ରିସର୍ଚ୍ଚ କରିବାକୁ ଚାହିଁବେ, ସେମାନଙ୍କୁ ଚତୁର୍ଥ ବର୍ଷରେ ରିସର୍ଚ୍ଚ ବିଷୟ ବାଛିବା ପାଇଁ ସୁଯୋଗ ଦିଆଯିବ। ଆଉ ଏହା ପରେ ତାଙ୍କୁ ରିସର୍ଚ୍ଚ ସହିତ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ। ଯେଉଁ ଛାତ୍ରୀଛାତ୍ର ଏବେ ତିନି ବର୍ଷିଆ ସ୍ନାତକ ଡିଗ୍ରୀ ପାଇଁ ନାମ ଲେଖାଇଛନ୍ତି, ସେମାନେ ମଧ୍ୟ ଚାରି ବର୍ଷିଆ ସ୍ନାତକ ଡିଗ୍ରୀ ପଢ଼ିପାରିବେ ବୋଲି ୟୁଜିସି ପକ୍ଷରୁ ପ୍ରସ୍ତାବ ରଖାଯାଇଛି। ସ୍ନାତକରେ ଏକ ବର୍ଷ ସମ୍ପୂର୍ଣ୍ଣ ହେବା ପରେ ବର୍ଷିକିଆ ସାର୍ଟିଫିକେଟ୍‌ ମିଳିବ। ଦୁଇ ବର୍ଷ ପରେ ଡିପ୍ଲୋମା ଓ ତିନି ବର୍ଷ ପରେ ସ୍ନାତକ ସାର୍ଟିଫିକେଟ୍‌ ଦିଆଯିବ। ତିନି ବର୍ଷିଆ ସ୍ନାତକ ଡିଗ୍ରୀ ଛାତ୍ରୀଛାତ୍ରଙ୍କ ପାଇଁ ଦୁଇ ବର୍ଷିଆ ପିଜି ପାଠ୍ୟକ୍ରମ ରହିବ। ଅନ୍ୟପକ୍ଷରେ ୪ବର୍ଷରେ ଅନର୍ସ ଡିଗ୍ରୀ ସାରିଥିବା ଛାତ୍ରୀଛାତ୍ରଙ୍କ ପାଇଁ ପିଜି ପାଠ୍ୟକ୍ରମ ଏକ ବର୍ଷ ରହିବ ବୋଲି ପ୍ରସ୍ତାବ ରହିଛି। ସୂଚନାନୁଯାୟୀ, ଏହି ପାଠ୍ୟକ୍ରମରେ କ୍ରେଡିଟ୍‌ ସ୍କୋର୍‌ ସିଷ୍ଟମ୍‌ ଲାଗୁ ହେବ। ଆଉ ଏହି ନିୟମ ଆଧାରରେ ୧୬୦ କ୍ରେଡିଟ୍‌ ସ୍କୋର୍‌ କରୁଥିବା ଛାତ୍ରୀଛାତ୍ରଙ୍କୁ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?