Posted inଜାତୀୟ

ଉତ୍ତରପ୍ରଦେଶରେ ଅନର କିଲିଂ: ଗର୍ଭବତୀ ନାବାଳିକାଙ୍କୁ ନିର୍ମମ ହତ୍ୟା

ଶାହାଜାହାନ୍‌ପୁର,୭।୧୦: ହାଥ୍‌ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍‌ପୁର ଜିଲାରେ ଜଣେ ଦଳିତ ଗର୍ଭବତୀ ନାବାଳିକା(୧୬)ଙ୍କୁ ତାଙ୍କ ବାପା ଓ ଭାଇ ମିଶି ମାଡ଼ମାରିବା ସହ ଜୀବନରେ ମାରିଦେଇଛନ୍ତି। ଏମିତିକି ନାବାଳିକାଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି। ଏହି ନିର୍ମମ ଘଟଣାଟି ମଙ୍ଗଳବାର ଘଟିଥିବାବେଳେ ପୋଲିସ ମୃତା ଯୁବତୀଙ୍କ ବାପାଙ୍କୁ ଗିରଫ କରିଥିବାବେଳେ ଅଭିଯୁକ୍ତ ଭାଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ନାବାଳିକା ଜଣକ ଗତ ୨୩ ତାରିଖରୁ ନିଖୋଜ ଥିବାବେଳେ ପରିବାର ପକ୍ଷରୁ ଥାନାରେ କୌଣସି ରିପୋର୍ଟ ଦାଖଲ କରାଯାଇ ନ ଥିବା ପୋଲିସ କହିଛି। ନାବାଳିକା ଜଣକ ଜଣେ ସମ୍ପର୍କୀୟଙ୍କ ଘରେ ରହୁଥିଲେ ଓ ସେଠାରୁ ନିଖୋଜ ହୋଇଯାଇଥିଲେ। କିଏ ଗର୍ଭବତୀ କଲା, ସେନେଇ ପରିବାର ଲୋକଙ୍କୁ ସେ ଫେରିବା ପରେ ଲୁଚାଇଥିଲେ। ଘଟଣାର ପୋଲିସ ତଦନ୍ତ ଜାରି ରହିଛି।
ରିପୋର୍ଟ ମୁତାବକ, ନିଖୋଜ ନାବାଳିକା ଫେରିବା ପରେ ଗର୍ଭବତୀ ଥିବାରୁ ଲୋକମାନେ ପରିବାର ସଦସ୍ୟଙ୍କୁ ଟାହିଟାପର କରିଥିଲେ। ଏଥିରୁ ମୁକ୍ତି ପାଇବା ଲାଗି ବାପା ଓ ବଡ଼ଭାଇ ମିଶି ଯୁବତୀ ଜଣକୁ ପିଟି ପିଟି ହତ୍ୟା କରିଥିବା ପୋଲିସ ସୂତ୍ରରୁ ପ୍ରକାଶ। ନାବାଳିକାଙ୍କ ବାପା ଏହା ସ୍ବୀକାର ମଧ୍ୟ କରିଛନ୍ତି। ପୋଲିସ ବାପା ଓ ଭାଇଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୨୦୧ ଲଗାଇ ମାମଲା ରୁଜୁ କରିଛି। ଅନ୍ୟ ପରିବାର ସଦସ୍ୟଙ୍କୁ ପୋଲିସ ଜେରା କରିଥିବାବେଳେ ହତ୍ୟାକାଣ୍ଡରେ ସେମାନଙ୍କ ସମ୍ପୃକ୍ତି ନ ଥିବା କହିଛି। ନାବାଳିକାଙ୍କୁ କିଏ ଗର୍ଭବତୀ କରିଛି, ସେନେଇ ପୋଲିସ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?