ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମାଟି ଆଣୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଏହି ଘଟଣା ଘଟିଛି। ମୃତକ ହେଲେ ରଙ୍ଗ ତପନଲାଲ ବର୍ଗେ (୨୮)। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି। ପ୍ରକାଶ ଯେ, ଡୁଙ୍ଗୁରିପାଲି ଅଞ୍ଚଳର ବାସିନ୍ଦା ମୁରଲୀ ବର୍ଗେ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଶିଶୁମନ୍ଦିର ଛକ ନିକଟରେ ଏକ ନୂଆ ଘର ତିଆରି କରୁଥିଲେ। ଘରର ପିଲାର ଉଠିଥିବା ବେଳେ ମାଟି ଫିଲିଂ କାମ ହେଉଥିଲା। ଏନେଇ ଏକ ହାଇଓ୍ବାରେ ମାଟି ଅଣାଯାଇ ସେଠାରେ ପକା ଯାଉଥିଲା। ମୁରଲୀଙ୍କ ମଝିଆ ପୁଅ ରଙ୍ଗ ତପନଲାଲ ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ମାଟି ପକା ଯାଞ୍ଚ କରୁଥିଲେ। ଏହି ସମୟରେ ଡ୍ରାଇଭର ଗାଡି ସାଇଡ୍‌୍‌ ମାରିବା ବେଳେ ୧୦ ଚକିଆ ହାଇଓ୍ବାଟି ଓଲଟି ପଡିବାରୁ ଘଟଣାସ୍ଥଳରେ ରଙ୍ଗ ତପନଲାଲ ମାଟି ଗଦାରେ ପୋତି ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ଜେସିବି ମେଶିନ ସହାୟତାରେ ମାଟିତଳୁ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା ା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ବଡଭାଇ ରାମରତନଲାଲ ବର୍ଗେ ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି ା ଦୁର୍ଘଟଣାଗ୍ରସ୍ତ ହାଇଓ୍ବା (ନଂ.ଓଆର୦୨ବିଡବ୍ଲୁ-୮୭୪୧) ଜବତ ହୋଇଛି ା ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା(ନଂ ୪/୨୦୨୧) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri