ଓଲଟିଲା ମାଟି ବୋଝେଇ ହାଇଓ୍ବା: ତଳେ ଚାପି ହୋଇ ଯୁବକଙ୍କ ଜୀବନ ଗଲା

ଡୁଙ୍ଗୁରିପାଲି,୨ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅଧୀନ ଡୁଙ୍ଗୁରିପାଲି ଶିଶୁମନ୍ଦିର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଅଘଟଣ ଘଟିଛି। ଘର ତିଆରି ବେଳେ ମାଟି ତଳେ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମାଟି ଆଣୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ଏହି ଘଟଣା ଘଟିଛି। ମୃତକ ହେଲେ ରଙ୍ଗ ତପନଲାଲ ବର୍ଗେ (୨୮)। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି। ପ୍ରକାଶ ଯେ, ଡୁଙ୍ଗୁରିପାଲି ଅଞ୍ଚଳର ବାସିନ୍ଦା ମୁରଲୀ ବର୍ଗେ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱ ଶିଶୁମନ୍ଦିର ଛକ ନିକଟରେ ଏକ ନୂଆ ଘର ତିଆରି କରୁଥିଲେ। ଘରର ପିଲାର ଉଠିଥିବା ବେଳେ ମାଟି ଫିଲିଂ କାମ ହେଉଥିଲା। ଏନେଇ ଏକ ହାଇଓ୍ବାରେ ମାଟି ଅଣାଯାଇ ସେଠାରେ ପକା ଯାଉଥିଲା। ମୁରଲୀଙ୍କ ମଝିଆ ପୁଅ ରଙ୍ଗ ତପନଲାଲ ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ମାଟି ପକା ଯାଞ୍ଚ କରୁଥିଲେ। ଏହି ସମୟରେ ଡ୍ରାଇଭର ଗାଡି ସାଇଡ୍‌୍‌ ମାରିବା ବେଳେ ୧୦ ଚକିଆ ହାଇଓ୍ବାଟି ଓଲଟି ପଡିବାରୁ ଘଟଣାସ୍ଥଳରେ ରଙ୍ଗ ତପନଲାଲ ମାଟି ଗଦାରେ ପୋତି ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ଜେସିବି ମେଶିନ ସହାୟତାରେ ମାଟିତଳୁ ତାଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା ା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ମୃତକଙ୍କ ବଡଭାଇ ରାମରତନଲାଲ ବର୍ଗେ ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି ା ଦୁର୍ଘଟଣାଗ୍ରସ୍ତ ହାଇଓ୍ବା (ନଂ.ଓଆର୦୨ବିଡବ୍ଲୁ-୮୭୪୧) ଜବତ ହୋଇଛି ା ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା(ନଂ ୪/୨୦୨୧) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri