ହୁଦା, ବାଦୋନି ଇନିଂସ ସମ୍ଭାଳିଲେ

ମୁମ୍ବାଇ, ୨୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦୁଇ ନୂଆ ଦଳ ଗୁଜରାଟ ଟାଇଟାନ୍ସ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ ପ୍ରଥମ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଛି। ଦୀପକ ହୁଦା ଓ ଆୟୂଷ ବାଦୋନୀଙ୍କ ଅର୍ଦ୍ଧଶତକ ବଳରେ ଲକ୍ଷ୍ନୌ ଦଳ ୨୦ଓଭରରେ ୬ ଉଇକେଟ ହରାଇ ୧୫୮ ରନ ସଂଗ୍ରହ କରିଛି। ଟସ୍‌ ଜିତି ଗୁଜରାଟ ଟାଇଟାନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ମହମ୍ମଦ ଶାମି ଓ ବରୁଣ ଆରୋନ ମାତ୍ର ୨୯ ରନ ମଧ୍ୟରେ ଲକ୍ଷ୍ନୌର ୪ଟି ଉଇକେଟ ନେଇ ଅଧିନାୟକଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରିଥିଲେ। ଶାମି ଘାତକ ବୋଲିଂ କରି ପ୍ରତିପକ୍ଷ ଦଳର ଅଧିନାୟକ ଲୋକେଶ ରାହୁଲ (୦) କ୍ୱିଣ୍ଟନ ଡି’କକ୍‌ (୭) ଓ ମନୀଷ ପାଣ୍ଡେ (୬)ଙ୍କୁ ଆଉଟ କରିଥିଲେ। ଇଭିନ ଲିଓ୍ବିସ (୧୦)ଙ୍କୁ ପ୍ୟାଭିଲିୟନ ପଠାଇଥିଲେ ଆରୋନ। ତେବେ ଦୀପକ ହୁଦା ଓ ଯୁବ ଖେଳାଳି ଆୟୂଷ ବାଦୋନୀ ୫ମ ଉଇକେଟରେ ୬୮ ବଲ୍‌ରୁ ୮୭ ରନ କରି ଇନିଂସ ସମ୍ଭାଳିଥିଲେ। ୪୧ ବଲ୍‌ରୁ ୬ ଚୌକା ଓ ୨ ଛକା ସହାୟତାରେ ୫୫ ରନ କରିଥିବା ହୁଦାଙ୍କୁ ଆଉଟ କରି ଗୁଜରାଟକୁ ବ୍ରେକ୍‌ ଥ୍ରୁ ଦେଇଥିଲେ ତାରକା ସ୍ପିନର ରଶିଦ ଖାଁ। ସେଟ୍‌ ବ୍ୟାଟର ବୋଦାନୀ ନିଜ ପ୍ରଥମ ଆଇପିଏଲ୍‌ ମ୍ୟାଚରେ ହାସଲ କରିଥିଲେ ଅର୍ଦ୍ଧଶତକ। ସେ ୪୧ ବଲ୍‌ରୁ ୪ ଚୌକା ଓ ୩ ଛକା ସହାୟତାରେ ୫୪ ରନକରି ଶେଷ ବଲ୍‌ରେ ଆଉଟ ହୋଇଥିଲେ। କୃନାଲ ପାଣ୍ଡ୍ୟା ୧୩ ବଲ୍‌ରୁ ୨୧ (୩ ଚୌକା) ରନରେ ଅପରାଜିତ ରହିଥିଲେ। ଗୁଜରାଟ ପକ୍ଷରୁ ମହମ୍ମଦ ସାମି ୩ଟି ବରୁଣ ଆରୋନ ୨ଟି ଓ ରଶିଦ ଖାଁ ଗୋଟିଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri