ହୁଦା, ବାଦୋନି ଇନିଂସ ସମ୍ଭାଳିଲେ

ମୁମ୍ବାଇ, ୨୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦୁଇ ନୂଆ ଦଳ ଗୁଜରାଟ ଟାଇଟାନ୍ସ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ ପ୍ରଥମ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଛି। ଦୀପକ ହୁଦା ଓ ଆୟୂଷ ବାଦୋନୀଙ୍କ ଅର୍ଦ୍ଧଶତକ ବଳରେ ଲକ୍ଷ୍ନୌ ଦଳ ୨୦ଓଭରରେ ୬ ଉଇକେଟ ହରାଇ ୧୫୮ ରନ ସଂଗ୍ରହ କରିଛି। ଟସ୍‌ ଜିତି ଗୁଜରାଟ ଟାଇଟାନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ମହମ୍ମଦ ଶାମି ଓ ବରୁଣ ଆରୋନ ମାତ୍ର ୨୯ ରନ ମଧ୍ୟରେ ଲକ୍ଷ୍ନୌର ୪ଟି ଉଇକେଟ ନେଇ ଅଧିନାୟକଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରିଥିଲେ। ଶାମି ଘାତକ ବୋଲିଂ କରି ପ୍ରତିପକ୍ଷ ଦଳର ଅଧିନାୟକ ଲୋକେଶ ରାହୁଲ (୦) କ୍ୱିଣ୍ଟନ ଡି’କକ୍‌ (୭) ଓ ମନୀଷ ପାଣ୍ଡେ (୬)ଙ୍କୁ ଆଉଟ କରିଥିଲେ। ଇଭିନ ଲିଓ୍ବିସ (୧୦)ଙ୍କୁ ପ୍ୟାଭିଲିୟନ ପଠାଇଥିଲେ ଆରୋନ। ତେବେ ଦୀପକ ହୁଦା ଓ ଯୁବ ଖେଳାଳି ଆୟୂଷ ବାଦୋନୀ ୫ମ ଉଇକେଟରେ ୬୮ ବଲ୍‌ରୁ ୮୭ ରନ କରି ଇନିଂସ ସମ୍ଭାଳିଥିଲେ। ୪୧ ବଲ୍‌ରୁ ୬ ଚୌକା ଓ ୨ ଛକା ସହାୟତାରେ ୫୫ ରନ କରିଥିବା ହୁଦାଙ୍କୁ ଆଉଟ କରି ଗୁଜରାଟକୁ ବ୍ରେକ୍‌ ଥ୍ରୁ ଦେଇଥିଲେ ତାରକା ସ୍ପିନର ରଶିଦ ଖାଁ। ସେଟ୍‌ ବ୍ୟାଟର ବୋଦାନୀ ନିଜ ପ୍ରଥମ ଆଇପିଏଲ୍‌ ମ୍ୟାଚରେ ହାସଲ କରିଥିଲେ ଅର୍ଦ୍ଧଶତକ। ସେ ୪୧ ବଲ୍‌ରୁ ୪ ଚୌକା ଓ ୩ ଛକା ସହାୟତାରେ ୫୪ ରନକରି ଶେଷ ବଲ୍‌ରେ ଆଉଟ ହୋଇଥିଲେ। କୃନାଲ ପାଣ୍ଡ୍ୟା ୧୩ ବଲ୍‌ରୁ ୨୧ (୩ ଚୌକା) ରନରେ ଅପରାଜିତ ରହିଥିଲେ। ଗୁଜରାଟ ପକ୍ଷରୁ ମହମ୍ମଦ ସାମି ୩ଟି ବରୁଣ ଆରୋନ ୨ଟି ଓ ରଶିଦ ଖାଁ ଗୋଟିଏ ଉଇକେଟ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri