ପ୍ରଶାସନର ଯଗ୍ମ ଅଭିଯୋଗ ଶୁଣାଣିରେ ହୋ-ହଲ୍ଲା

ପୁରୁଷୋତ୍ତମପୁର,୩୦ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏପରି ଏହ କାର୍ଯ୍ୟକ୍ରମକୁ ବର୍ଷକୁ ଥରେ ବ୍ଲକରେ ହେଉଥିବାରୁ ଏହା ଜନସାଧାରଣଙ୍କ ଲାଗି ଏକ ଗୁରୁତ୍ବ ହୋଇଥିବା ବେଳେ ଏଥିନେଇ ସ୍ଥାନିୟପ୍ରଶାନ ପକ୍ଷରୁ ଲୋକଙ୍କୁ କୌଣସି ସୂଚନା ଦିଆଯାଇ ନ ଥିବା ସହ ଖାମଖିଆଲି ଭାବରେ କରାଯାଇଥିବାକୁ ନେଇ ଲୋକେ ପ୍ରତିବାଦ କରିବା ସହ ହୋ-ହଲ୍ଲା କରିଥିଲେ। ଯାହାକି ବ୍ଲକ ପରସରରେ କିଛି ସମୟ ଲାଗି ଏକପ୍ରକାରର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ଜିଲାପାଳ ଓ ଏସ୍‌ପିଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ (ସାଧାରଣ)ଡ.ପ୍ରମୋଦ କୁମାର ପୃଷ୍ଟି ଓ ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ. ଦୀପକ କୁମାର ମିଶ୍ର, ଅତିରିକ୍ତ ଜିଲା ନିର୍ବାହୀ ଅଧିକାରୀ ବିଜୟ କୁମାର ବେହେରା, ଆସିଷ୍ଟାଣ୍ଟ କଲେକ୍ଟର ଦୀପକ ଜେନା ଯୋଗଦେଇ ଲୋକଙ୍କଠାରୁ ସାମୂହିକ ଓ ବ୍ୟକ୍ତିଗତ ସମସ୍ୟାର ଶୁଣାଣି କରିଛନ୍ତି ଓ ମସସ୍ୟାର ତତ୍‌କ୍ଷଣାତ୍‌ ସମାଧାନ କରିବାକୁ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଶୁଣାଣିରେ ଗଣମାଧ୍ୟମକୁ ସ୍ଥାନୀୟ ପ୍ରଶାସନ ସମ୍ପୂର୍ଣ୍ଣ ଅଣଦେଖା କରୁଥିବାର ନେଇ ପୁରୁଷୋତ୍ତମପୁର ପ୍ରେସ କ୍ଲବର ପ୍ରତିନିଧିମାନେ ଲିଖିତ ଭାବରେ ଅତିରିକ୍ତ ଜିଲାପାଳଙ୍କୁ ଅଭିଯୋଗ ପ୍ରଦାନ କରିଛନ୍ତି। ସରକାର ଗଣମାଧ୍ୟମକୁ ସରକାରୀ କାର୍ଯ୍ୟକ୍ରମକୁ ଡାକିବାକୁ ବାରଣ କରିଛନ୍ତି ନା ଏଠିକା ପ୍ରଶାସନ ଜାଣିଶୁଣି ଗଣମାଧ୍ୟମକୁ ଦୂରେଇ ରଖି କାର୍ଯ୍ୟକ୍ରମକୁ ଡାକୁନାହାନ୍ତି ବୋଲି ଅଭିଯୋଗ କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ। ଏଥିରେ ବିଡିଓ ଶରତ କୁମାର ପାତ୍ର, ତହସିଲଦାର ବିନୋଦ କୁମାର ବେହେରା, ଆଇଆଇସି ରାଜେଶ କୁମାର ନାୟକଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri