ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ବିଧାୟକ ଦାଶ ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ମୋର ଦୃଢ଼ ବିଶ୍ବାସ ରହିଛି, ସେ ନିଶ୍ଚିତ ଦଳର ସ୍ବାର୍ଥ ଓ ସାଧାରଣ ଲୋକଙ୍କ ଦାବି ପ୍ରତି ପୁନର୍ବିଚାର କରିବେ। ପ୍ରକାଶ ଯେ, ଗୋପ ବ୍ଲକ ଅଧ୍ୟକ୍ଷା ଝୁନୁ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ତ୍ସଭାରେ ବ୍ଲକ ଅଧୀନ ୧୪ଟି ପଞ୍ଚାୟତର ନେତୃତ୍ୱ ଯୋଗଦେଇ ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ। ବିଶେଷକରି କେତେଜଣ କୁଚକ୍ରୀଙ୍କ ପ୍ରରୋଚନାରେ ବିଧାୟକ ଦାଶଙ୍କୁ ଟିକେଟ ଦିଆଗଲା ନାହିଁ ବୋଲି ଉପସ୍ଥିତ କର୍ମୀ ତଥା ସମର୍ଥକମାନେ କହିଥିଲେ। ପୂର୍ବ ନିଷ୍ପତ୍ତି ଅନୁସାରେ ଶନିବାର ନିମାପଡ଼ା ବାରବାଟୀ ପଡ଼ିଆରେ ୩୦ ହଜାରରୁ ଅଧିକ ଦଳୀୟ କର୍ମୀଙ୍କୁ ନେଇ ଶକ୍ତି ପ୍ରଦର୍ଶନ କରାଯିବ ବୋଲି ଜଣାପଡ଼ିଛି।  ଶକ୍ତି ପ୍ରଦର୍ଶନ କାହିଁକି କରାଯିବ ବୋଲି ବିଧାୟକ ଦାଶଙ୍କୁ ପଚାରିବାରେ କହିଛନ୍ତି, ମୋ’ ନେତା ନବୀନ ପଟ୍ଟନାୟକଙ୍କ ଅଗୋଚରରେ ଏପରି ଘଟଣା ଘଟିଛି। ଏହାକୁ ପୁନର୍ବିଚାର କରିବା ମୋର ଦାବିପୂର୍ବକ ଶକ୍ତି ପ୍ରଦର୍ଶନ କରାଯିବ ବୋଲି କହିବା ସହ ଯଦି ଏପରି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦଳ ଦୃଷ୍ଟି ଦିଏ ନାହିଁ ତା’ହେଲେ ଦଳୀୟ କର୍ମୀ ଓ ନେତୃତ୍ୱମାନଙ୍କ ପରାମର୍ଶରେ ପରବର୍ତ୍ତୀ କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?