ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ବିଧାୟକ ଦାଶ ଯୋଗଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ମୋର ଦୃଢ଼ ବିଶ୍ବାସ ରହିଛି, ସେ ନିଶ୍ଚିତ ଦଳର ସ୍ବାର୍ଥ ଓ ସାଧାରଣ ଲୋକଙ୍କ ଦାବି ପ୍ରତି ପୁନର୍ବିଚାର କରିବେ। ପ୍ରକାଶ ଯେ, ଗୋପ ବ୍ଲକ ଅଧ୍ୟକ୍ଷା ଝୁନୁ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ତ୍ସଭାରେ ବ୍ଲକ ଅଧୀନ ୧୪ଟି ପଞ୍ଚାୟତର ନେତୃତ୍ୱ ଯୋଗଦେଇ ବିଭିନ୍ନ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ। ବିଶେଷକରି କେତେଜଣ କୁଚକ୍ରୀଙ୍କ ପ୍ରରୋଚନାରେ ବିଧାୟକ ଦାଶଙ୍କୁ ଟିକେଟ ଦିଆଗଲା ନାହିଁ ବୋଲି ଉପସ୍ଥିତ କର୍ମୀ ତଥା ସମର୍ଥକମାନେ କହିଥିଲେ। ପୂର୍ବ ନିଷ୍ପତ୍ତି ଅନୁସାରେ ଶନିବାର ନିମାପଡ଼ା ବାରବାଟୀ ପଡ଼ିଆରେ ୩୦ ହଜାରରୁ ଅଧିକ ଦଳୀୟ କର୍ମୀଙ୍କୁ ନେଇ ଶକ୍ତି ପ୍ରଦର୍ଶନ କରାଯିବ ବୋଲି ଜଣାପଡ଼ିଛି।  ଶକ୍ତି ପ୍ରଦର୍ଶନ କାହିଁକି କରାଯିବ ବୋଲି ବିଧାୟକ ଦାଶଙ୍କୁ ପଚାରିବାରେ କହିଛନ୍ତି, ମୋ’ ନେତା ନବୀନ ପଟ୍ଟନାୟକଙ୍କ ଅଗୋଚରରେ ଏପରି ଘଟଣା ଘଟିଛି। ଏହାକୁ ପୁନର୍ବିଚାର କରିବା ମୋର ଦାବିପୂର୍ବକ ଶକ୍ତି ପ୍ରଦର୍ଶନ କରାଯିବ ବୋଲି କହିବା ସହ ଯଦି ଏପରି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦଳ ଦୃଷ୍ଟି ଦିଏ ନାହିଁ ତା’ହେଲେ ଦଳୀୟ କର୍ମୀ ଓ ନେତୃତ୍ୱମାନଙ୍କ ପରାମର୍ଶରେ ପରବର୍ତ୍ତୀ କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri