ପାଠ ପଢିବାକୁ ବାରଣ୍ଡା ଭରସା: ନୂଆ କୋଠାରେ ପଡିଛି ତାଲା

ଦାରିଙ୍ଗବାଡି, ୧୨।୯ (ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହେଁ ବର୍ଷ ବର୍ଷ ଧରି ପାଠ ପଢିବାକୁ ବାରଣ୍ଡା ଭରସା। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।
ପ୍ରକାଶ ଯେ, ଶ୍ରେଣୀ ଗୃହର ଅଭାବ ଯୋଗୁ ୭ଟି ଶ୍ରେଣୀ ପାଇଁ ମାତ୍ର ୫ଟି ଗୃହ ରହିଛି। ତାହା ମଧ୍ୟ ବିପଦସଂକୁଳ ଓ ବହୁ ପୁରାତନ ଗୃହରେ ଶିକ୍ଷାଦାନ କରାଯାଉଛି। ଶ୍ରେଣୀଗୃହର ଅଭାବକୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନ ପକ୍ଷରୁ ନୂତନ କୋଠା ନିର୍ମାଣ କରାଯିବା ସହ କୋଠାର ରଙ୍ଗଦେବା କାର୍ଯ୍ୟ ସରିଯାଇଛି। କିନ୍ତୁ କୌଣସି କାରଣରୁ ଉକ୍ତ କୋଠାଟି ବିଦ୍ୟାଳୟକୁ ହସ୍ତାନ୍ତର ହୋଇ ନ ଥିବାରୁ ଏବେ ସପ୍ତମଶ୍ରେଣୀ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଥିବା ଦେଖିବାକୁ ମିଳୁଛି। ଗୋଟିଏ ଶ୍ରେଣୀର ପାଠପଢା ସମୟରେ ଅନ୍ୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଠ ପଢାରେ ବ୍ୟାଘାତ ଘଟୁଥିବା ନେଇ ଛାତ୍ରୀଛାତ୍ର ଅସନ୍ତୋଷ ହେଉଛନ୍ତି।
ସେହିପରି ରୋଷେଇ ଶାଳରେ ବର୍ଷା ପାଣି ଗଳୁଥିବାରୁ ସେଠାରେ ରହିଥିବା ସାମଗ୍ରୀ ଓଦା ହୋଇ ନଷ୍ଟ ହୋଇଯାଉଥିବା ମୁନି ପାଇକ କହିଛନ୍ତି। ସେ ରୋଷେଇ ଶାଳ ମରାମତି ସହ ବିଦ୍ୟାଳୟ ପଛ ପାଖକୁ ମାଟି ପକାଇ ମରାମତି କରାଗଲେ ପୁତ୍ତିମୟୀ ଗନ୍ଧ ବନ୍ଦ ହୋଇପାରିବ ବୋଲି ସେ କହିଛନ୍ତି। ଏଥିସହ ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ପ୍ରଧାନ ଶିକ୍ଷକ ସୁକମୁନି ଦିଗାଲ କହିଛନ୍ତି। ନୂତନ କୋଠାରେ ଏଲଇ ଟିଭି ଓ ଅନ୍ୟାନ୍ୟ ଟେବୁଲ ଚେୟାର ଆଦି ଆସିବାକୁ ରହିଛି। ସେ ଏନେଇ ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ସହ ଆଲୋଚନା କରିଥିବା କହିଛନ୍ତି। ତାଙ୍କ ବିଦ୍ୟାଳୟର ସମସ୍ୟାକୁ ବ୍ଲକ ପ୍ରଶାସନ ଗୁରୁତ୍ୱ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri