ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଟି) କୋଲକାତା ଶାଖାରେ କମ୍ପାନୀ ସମ୍ପର୍କିତ ମାମଲାର ପ୍ରାୟ ଚୂଡ଼ାନ୍ତ ବିଚାର ହେବାର ସମ୍ଭାବନା ରହିଛି। ଏଣୁ ଏହି କମ୍ପାନୀ ପୂର୍ବ ଭଳି ଚାଲୁ ହେବା ସମ୍ଭାବନା ଥିବା ଶ୍ରମିକ ନେତା ଅରୁଣ କୁମାର ସ୍ବାଇଁ କହିଛନ୍ତି। ବିର୍ଲା ଟାୟାର୍ସ ଦୀର୍ଘ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସ୍ଥାନୀୟ ଲୋକଙ୍କର ଭରଣପୋଷଣରେ ଏକ ମୁଖ୍ୟ ଉତ୍ସ ପାଲଟିଥିଲା। ଗତ ୨୦୧୭-୧୮ଠାରୁ ବିଭିନ୍ନ ଆର୍ଥିକ ସମସ୍ୟା ଦେଇ ଗତି କରୁଥିବା ବେଳେ କରୋନା ସମୟରେ ସ୍ଥିତି ଗମ୍ଭୀର ହୋଇପଡ଼ିଥିଲା। ଏହାସହ କମ୍ପାନୀ ପାଖାପାଖି କାର୍ଯ୍ୟରତ ଶ୍ରମିକଙ୍କ ୩୦କୋଟି ଟଙ୍କା ବାକି ରଖିଥିବା ବେଳେ ଶିଳ୍ପାନୁଷ୍ଠାନରେ ଅସ୍ଥିରତା ଦେଖାଦେଇଥିଲା। ଶ୍ରମିକଙ୍କ ଦରମା ଦେବାରେ କମ୍ପାନୀ ଅସମର୍ଥତା ଦେଖାଇଥିଲା। ପରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ, ଧର୍ମଘଟକୁ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ ୨୦୨୧ ମାର୍ଚ୍ଚରୁ କମ୍ପାନୀ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ବେଳେ ଶ୍ରମିକଙ୍କ ପକ୍ଷରୁ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଟି)ରେ ରୁଜୁ ହୋଇଥିବା ମାମଲା ବିଚାରାଧୀନ ରହିଛି। ଉକ୍ତ ମାମଲାରେ ମାଟେରିଆଲ ସପ୍ଲାୟରଙ୍କଠାରୁ ଆରମ୍ଭ କରି ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷ ରହିଛନ୍ତି।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ
ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...
ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା
ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...
ଇଣ୍ଡିଗୋ ସଙ୍କଟ: ଖୁବ୍ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ
ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...
ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ
ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...
ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!
ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...
କରୁଣ ନାୟାରଙ୍କୁ ଅଣଦେଖା କଲା BCCI!
ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍ BCCI ସହ...
ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି
ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ
ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...
Archives


