ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଟି) କୋଲକାତା ଶାଖାରେ କମ୍ପାନୀ ସମ୍ପର୍କିତ ମାମଲାର ପ୍ରାୟ ଚୂଡ଼ାନ୍ତ ବିଚାର ହେବାର ସମ୍ଭାବନା ରହିଛି। ଏଣୁ ଏହି କମ୍ପାନୀ ପୂର୍ବ ଭଳି ଚାଲୁ ହେବା ସମ୍ଭାବନା ଥିବା ଶ୍ରମିକ ନେତା ଅରୁଣ କୁମାର ସ୍ବାଇଁ କହିଛନ୍ତି। ବିର୍ଲା ଟାୟାର୍ସ ଦୀର୍ଘ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସ୍ଥାନୀୟ ଲୋକଙ୍କର ଭରଣପୋଷଣରେ ଏକ ମୁଖ୍ୟ ଉତ୍ସ ପାଲଟିଥିଲା। ଗତ ୨୦୧୭-୧୮ଠାରୁ ବିଭିନ୍ନ ଆର୍ଥିକ ସମସ୍ୟା ଦେଇ ଗତି କରୁଥିବା ବେଳେ କରୋନା ସମୟରେ ସ୍ଥିତି ଗମ୍ଭୀର ହୋଇପଡ଼ିଥିଲା। ଏହାସହ କମ୍ପାନୀ ପାଖାପାଖି କାର୍ଯ୍ୟରତ ଶ୍ରମିକଙ୍କ ୩୦କୋଟି ଟଙ୍କା ବାକି ରଖିଥିବା ବେଳେ ଶିଳ୍ପାନୁଷ୍ଠାନରେ ଅସ୍ଥିରତା ଦେଖାଦେଇଥିଲା। ଶ୍ରମିକଙ୍କ ଦରମା ଦେବାରେ କମ୍ପାନୀ ଅସମର୍ଥତା ଦେଖାଇଥିଲା। ପରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ, ଧର୍ମଘଟକୁ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ ୨୦୨୧ ମାର୍ଚ୍ଚରୁ କମ୍ପାନୀ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ବେଳେ ଶ୍ରମିକଙ୍କ ପକ୍ଷରୁ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍ସିଏଲ୍ଟି)ରେ ରୁଜୁ ହୋଇଥିବା ମାମଲା ବିଚାରାଧୀନ ରହିଛି। ଉକ୍ତ ମାମଲାରେ ମାଟେରିଆଲ ସପ୍ଲାୟରଙ୍କଠାରୁ ଆରମ୍ଭ କରି ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷ ରହିଛନ୍ତି।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ
ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…
ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ
ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…
ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…
ଚୋର-ପୋଲିସ୍ର ଖେଳ ସୋସିଆଲ୍ ମିଡିଆରେ ଭାଇରାଲ୍: ଚାରି ଥାନାର ପୋଲିସ୍କୁ ପାଣି ପିଆଇ…
ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍ ଲଢ଼େଇ ଏବେ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଗତ ଶୁକ୍ରବାର…
ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ
ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…
ଭାଜପାର ନୂଆ ଟିମ୍ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ
ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…
୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…
ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…
ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ
ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…
Archives

