ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ଆଶା ସଞ୍ଚାର

ଢେଙ୍କାନାଳ ଅଫିସ,୧୨ା୪: ଦୀର୍ଘବର୍ଷ ଧରି ଯୋଜନା ପରେ ଯୋଜନା ହେଉଥିଲା। କିନ୍ତୁ ଢେଙ୍କାନାଳ ସହରରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କେବଳ ଫାଇଲ୍‌ ମଧ୍ୟରେ ରହିଯାଉଥିଲା। ବିଳମ୍ବରେ ହେଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଏଥିପାଇଁ ପଦକ୍ଷେପ ନିଆଯାଇଛି। ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱ ମହିଷାପାଟ ପଡିଆରେ ୫ ଏକର ଜାଗା ଚିହ୍ନଟ ପ୍ରାୟ ଚୂଡାନ୍ତ ହୋଇସାରିଛି। ଆସନ୍ତା ୬ମାସ ମଧ୍ୟରେ ନିର୍ମାଣ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେବା ପରେ ଅତ୍ୟାଧୁନିକ ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ ନେଇ ଆଶା ସଞ୍ଚାର ହୋଇଛି।
ପ୍ରକାଶ ଯେ, କିଛିବର୍ଷ ତଳେ ମହିଷାପାଟ ପଡିଆରେ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହା କେବଳ ଫାଇଲ ମଧ୍ୟରେ ସୀମିତ ରହିଯାଇଥିଲା। ଜିଲା ଆଞ୍ଚଳିକ ଉନ୍ନୟନ ସଂସ୍ଥା ପକ୍ଷରୁ ସେହି ସମୟରେ ଉକ୍ତ ଜାଗାକୁ ଏକ ଠିକାସଂସ୍ଥାକୁ ହସ୍ତାନ୍ତର କରାଯାଇଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବାରୁ ବସ୍‌ଷ୍ଟାଣ୍ଡ ନିର୍ମାଣ ଯୋଜନା ଅଟକିଯାଇଥିଲା। ୨୦୦୪ ମସିହାରେ ପୌରସଂସ୍ଥା ପକ୍ଷରୁ ସେହି ମହିଷାପାଟ ପଡିଆଠାରେ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ପକାଯିବା ସହ ଏକ ଯାତ୍ରୀ ବିଶ୍ରାମାଗାର ଓ ଶୌଚାଳୟ ନିର୍ମାଣ ହୋଇଥିଲା। ହେଲେ ପରବର୍ତ୍ତୀ ସମୟରେ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରି ନ ଥିଲା। ଶେଷରେ ଉକ୍ତ ମହିଷାପାଟ ପଡିଆରେ ୫ ଏକର ଜାଗାକୁ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚିହ୍ନଟ କରାଯାଇଛି। ଏହି ପଡିଆରେ କିଛିବର୍ଷ ହେଲା ଲକ୍ଷ୍ମୀପୂଜା ଅବସରରେ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯାଉଥିଲା। ତେବେ ପଲ୍ଲିଶ୍ରୀ ମେଳା ଆୟୋଜନ ପାଇଁ ନିକଟରେ ଅନ୍ୟ ଏକ ୩ ଏକରରୁ ଊର୍ଦ୍ଧ୍ୱ ଜାଗା ତହସିଲ ପକ୍ଷରୁ ଚିହ୍ନଟ କରାଯାଇଛି। ପ୍ରସ୍ତାବିତ ଏହି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ସୁବିଧା ରହିବ। କଟକ ଏବଂ ଅନୁଗୋଳ ଆଡୁ ଆସୁଥିବା ବସ୍‌ଗୁଡିକ ଚଳପ୍ରଚଳ ପାଇଁ ଦୁଇଟି ଫାଟକ ବ୍ୟବସ୍ଥା ହେବ। ଏ ସମ୍ପର୍କରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଛନ୍ତି, ନୂତନ ବସ୍‌ଷ୍ଟାଣ୍ଡ ମହିଷାପାଟଠାରେ ୫ ଏକର ଜାଗାରେ କରାଯିବା ନିମନ୍ତେ ଯୋଜନା ହୋଇଛି। ଏ ସଂକ୍ରାନ୍ତରେ ରାଜ୍ୟ ପରିବହନ ବିଭାଗ ସହିତ ଆଲୋଚନା ହୋଇଛି। ପଲ୍ଲିଶ୍ରୀ ମେଳା ପାଇଁ ମଧ୍ୟ ଅନ୍ୟ ଏକ ଜାଗା ଚିହ୍ନଟ କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri