ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ ସେହି ଗୃହ ପାଳିତ କିମ୍ବା ପଦାରେ ବୁଲୁଥିବା ପଶୁଟିଏ ଗୋଟେ ମଣିଷକୁ କାମୁଡ଼ି ଦିଏ, ତେବେ ମଣିଷକୁ ଜଳାତଙ୍କ ଭଳି ଭୟଙ୍କର ରୋଗ ସଂକ୍ରମିତ ହେବାର ସମ୍ଭାବନା ବଢ଼ିଯାଏ। ଛତ୍ରପୁର ସହର କେବେଳ କୁକୁର ବିଲେଇ କାମୁଡ଼ା ସମସ୍ୟାରେ ସୀମିତ ନୂହେଁ ବରଂ ଏଇଠି ମାଙ୍କଡ଼ଙ୍କ ଆତଙ୍କ ମାତ୍ରାଧିକ ବୃଦ୍ଧି ପାଇଛି।
କୁକୁର, ବିଲେଇ, ମାଙ୍କଡ଼ କାମୁଡ଼ିବା ପରେ ଭୟଙ୍କର ଜଳାତଙ୍କ ରୋଗରୁ ରକ୍ଷା ପାଇବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ମାଗଣାରେ ଜଳାତଙ୍କ ଟିକାକରଣ କରାଯାଏ। ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଗତ ମେ’ ମାସରେ ୩୦୦ଟି ଶିଶି ଗ୍ରହଣ ହୋଇଥିବା ବେଳେ ଚଳିତ ଜୁନ ମାସରେ ଏଯାବତ୍‌ ୨୫୦ଟି ଶିଶି ଗ୍ରହଣ ହୋଇ ସାରିଛି ବୋଲି ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡଃ ଅଲେଖ ପ୍ରଧାନ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ପ୍ରତି ମାସରେ ପ୍ରାୟ ୧୦୦୦ ରୁ ୧୨୦୦ ରୋଗୀ ପଶୁ କାମୁଡ଼ାର ଶିକାର ହୋଇ ଟିକାକରଣ ପାଇଁ ଆସନ୍ତି। ଅର୍ଥାତ୍‌ ଦୈନିକ ୪୦ – ୫୦ ରୋଗୀଙ୍କୁ କୁକୁର, ବିଲେଇ କିମ୍ବା ମାଙ୍କଡ଼ କାମୁଡ଼ି ଥାଆନ୍ତି। ଗୋଟିଏ ଶିଶିରୁ ୪୦ – ୫୦ ରୋଗୀଙ୍କୁ ଟିକା ଦିଆଯାଏ ଯାହାକି ଗ୍ରହଣ କରିଥିବା ମାସିକ ଟୀକାକରଣ ସମ୍ପୂର୍ଣ୍ଣ ବ୍ୟବହାର ହୋଇଯାଏ ବୋଲି ଡଃ ପ୍ରଧାନ କହିଛନ୍ତି। ଅନ୍ୟପଟେ କୁକୁର ଏବଂ ମାଙ୍କଡଙ୍କ ଉପଦ୍ରବ ଛତ୍ରପୁର ସହରକୁ ଘେରି ରହିଛି। ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହୋଇଛି ଯେ ବାହାରେ ବୁଲୁଥିବା କୁକୁରଙ୍କୁ ଟିକାକରଣ ଉପରେ ଓ ମାଙ୍କଡଙ୍କୁ କିଭଳି କୌଶଳକ୍ରମେ କାବୁ କରି ବନାଞ୍ଚଳରେ ଛଡାଯିବ ତାହା ଉପରେ ସରକାର କିଛି ବ୍ୟବସ୍ଥା ଗ୍ରହଣ କରିଲେ ଜନସାଧାରଣ ଉପକୃତ ହୋଇପାରିବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri