ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ କିଛି ମାସ ଧରି ଇରାନର ଉପକୂଳବର୍ତ୍ତୀ କ୍ଷେପଣାସ୍ତ୍ର ଘାଟି (କୋଷ୍ଟାଲ ବ୍ୟାଟେରୀ) ନଜରରୁ ଖସି ଲୁଚିଛପି ରାତିରେ ହର୍ମୁଜ ପାର୍‌ ହେବା ପାଇଁ ତୈଳ ଟ୍ୟାଙ୍କରଗୁଡ଼ିକ ସେମାନଙ୍କର ସାଟେଲାଇଟ ଟ୍ରାକିଂ ସିଷ୍ଟମ ବନ୍ଦ କରିଦେବା ଆବଶ୍ୟକତା ମଧ୍ୟ ନାହିଁ। ଏବେ ଦିବାଲୋକରେ ଜାହାଜ ଚଳାଚଳ ସ୍ବାଭାବିକ ହେବା ସହିତ ଗୁରୁବାର ସୁଦ୍ଧା ଦ୍ୱିଗୁଣିତ ହୋଇଛି। ଫେବୃଆରୀ ଶେଷ ଭାଗରେ ଇରାନ-ଆମେରିକା ସଂଘର୍ଷ ଆରମ୍ଭ ହେବା ପୂର୍ବରୁ ଏହି ପଥରେ ଦିନକୁ ଯେତିକି ସଂଖ୍ୟାରେ ଜାହାଜ ଚଳାଚଳ କରୁଥିଲା ଏବେ ତାହାର ଏବେ ପୁନରାବୃତ୍ତି ଘଟିଛି।

୧୫୦ରୁ ଅଧିକ ଜାହାଜ ଏହି ପ୍ରବେଶ ପଥ ବାହାରେ ଲଙ୍ଗର ପକାଇ ରହିଥିବା ବେଳେ ବହୁ ସଂଖ୍ୟକ ଜାହାଜ ସେଠାରୁ ପ୍ରସ୍ଥାନ କରୁଥିବା ଜାହାଜ ଟ୍ରାକିଂ ତଥ୍ୟରୁ ଜଣାପଡ଼ିଛି। ସେଗୁଡିକ ମଧ୍ୟରେ ରହିଥିବା ପ୍ରତ୍ୟେକ ୫ ନିୟୁତ ବ୍ୟାରେଲ ତୈଳ ନେଇ ଫସି ରହିଥିବା ତିନୋଟି ପ୍ରମୁଖ ଟ୍ୟାଙ୍କର ମଧ୍ୟ ଯାତ୍ରା ଆରମ୍ଭ କରିଛନ୍ତି। ଯାହାକୁ ନେଇ ଇନ୍ଧନ ଯୋଗାଣ କ୍ଷେତ୍ରରେ ବୈଶ୍ୱିକ ସ୍ତରରେ ସୃଷ୍ଟି ହୋଇଥିବା ପ୍ରତିବନ୍ଧକରୁ ଆଶ୍ୱସ୍ତିର ସଙ୍କେତ ମିଳିଥିବା କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri