Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୦ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଯାତ୍ରା କିମ୍ବା ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ଭୋଗିବେ। ରୋହିଣୀ ନକ୍ଷତ୍ର ସାମୟିକ ଭାବରେ ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ବଢ଼ିଯିବା ହେତୁ ମାନସିକ ସ୍ଥିରତା ରହିବ ନାହିଁ। ମୃଗଶିରା ସଂକୋଚବଶତଃ ବନ୍ଧୁଙ୍କୁ ମନକଥା କହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହୋଇପାରେ। ଜମିଜମା ବିବାଦ, ଆଇନ, ଅଦାଲତ କ୍ଷେତ୍ରରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସାହାଯ୍ୟ ଲାଭକରି କାର୍ଯ୍ୟ ହାସଲ କରିପାରିବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।
ସି˚ହ
ସି˚ହ
ଆଜି ନିଜର ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଭ୍ରାତୃସମ୍ପର୍କ ହାନି ଓ ଅର୍ଥାଭାବରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସଂକୀର୍ଣ୍ଣସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଚିତ୍ରା ନକ୍ଷତ୍ର ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ପସନ୍ଦ କରି ନ ପାରନ୍ତି।
ତୁଳା
ତୁଳା
ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ ପାଇଁ ହଠାତ୍‌ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରିବେ। ସ୍ବାତୀର ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡିତ କରିବ। ଆପଣଙ୍କ କେତେକ କାମରେ ପାରିବାରିିକ ପ୍ରତିରୋଧ ସମସ୍ୟାର କାରଣ ହୋଇପାରେ। ଈର୍ଷା ଓ ଅସୂୟା ମନୋଭାବଜନିତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। କିନ୍ତୁ ଅନୁରାଧା ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବନ୍ଧୁଙ୍କ ଶତ୍ରୁତା ସମସ୍ୟା ସୃଷ୍ଟି କରିପାରେ। ଜମିଜମା କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟା ନେଇ ବିବ୍ରତ ରହିପାରନ୍ତି। କ୍ରୀଡା, କଳା, କାରିଗରି କ୍ଷେତ୍ର ପ୍ରତିଯୋଗିତାରେ ସଫଳ ହେବେ। ସାହିତ୍ୟ, ଚଳଚ୍ଚିତ୍ର ଓ ସାମ୍ବାଦିକତା ପ୍ରଭୃତି କାର୍ଯ୍ୟରେ ସାମାନ୍ୟ ଅଗ୍ରଗତି ଘଟିବ।
ମକର
ମକର
ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଯାତ୍ରା, ବ୍ୟବସାୟ, କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ । ଅପେକ୍ଷାରେ ରହି ଠିକ୍‌ ସମୟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଆଜି ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଉତ୍ତରଭାଦ୍ରବ ନକ୍ଷତ୍ରର ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ସାଂଗଠନିକ କ୍ଷେତ୍ର ତଥା ରାଜନୈତିକ ପରିସ୍ଥିତି କ୍ରମଶଃ ଜଟିଳ ଓ ସମସ୍ୟାବହୁଳ ହୋଇପଡିବ।
ମୀନମୀନ
 ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ। ସନ୍ତାନଙ୍କ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଈର୍ଷା ପରାୟଣ ବନ୍ଧୁଙ୍କ ପ୍ରତି ସତର୍କ ନ ରହିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଅପରାହ୍ନରେ ଜଣେ ବନ୍ଧୁଙ୍କ ନିକଟରୁ କିଛି ଗୁରୁତ୍ୱପୂର୍ଣ୍ଣ କଥା ଶୁଣିବାକୁ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri