Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୦ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଯାତ୍ରା କିମ୍ବା ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ଭୋଗିବେ। ରୋହିଣୀ ନକ୍ଷତ୍ର ସାମୟିକ ଭାବରେ ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ବଢ଼ିଯିବା ହେତୁ ମାନସିକ ସ୍ଥିରତା ରହିବ ନାହିଁ। ମୃଗଶିରା ସଂକୋଚବଶତଃ ବନ୍ଧୁଙ୍କୁ ମନକଥା କହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହୋଇପାରେ। ଜମିଜମା ବିବାଦ, ଆଇନ, ଅଦାଲତ କ୍ଷେତ୍ରରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସାହାଯ୍ୟ ଲାଭକରି କାର୍ଯ୍ୟ ହାସଲ କରିପାରିବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।
ସି˚ହ
ସି˚ହ
ଆଜି ନିଜର ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଭ୍ରାତୃସମ୍ପର୍କ ହାନି ଓ ଅର୍ଥାଭାବରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସଂକୀର୍ଣ୍ଣସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଚିତ୍ରା ନକ୍ଷତ୍ର ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ପସନ୍ଦ କରି ନ ପାରନ୍ତି।
ତୁଳା
ତୁଳା
ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ ପାଇଁ ହଠାତ୍‌ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରିବେ। ସ୍ବାତୀର ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡିତ କରିବ। ଆପଣଙ୍କ କେତେକ କାମରେ ପାରିବାରିିକ ପ୍ରତିରୋଧ ସମସ୍ୟାର କାରଣ ହୋଇପାରେ। ଈର୍ଷା ଓ ଅସୂୟା ମନୋଭାବଜନିତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। କିନ୍ତୁ ଅନୁରାଧା ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବନ୍ଧୁଙ୍କ ଶତ୍ରୁତା ସମସ୍ୟା ସୃଷ୍ଟି କରିପାରେ। ଜମିଜମା କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟା ନେଇ ବିବ୍ରତ ରହିପାରନ୍ତି। କ୍ରୀଡା, କଳା, କାରିଗରି କ୍ଷେତ୍ର ପ୍ରତିଯୋଗିତାରେ ସଫଳ ହେବେ। ସାହିତ୍ୟ, ଚଳଚ୍ଚିତ୍ର ଓ ସାମ୍ବାଦିକତା ପ୍ରଭୃତି କାର୍ଯ୍ୟରେ ସାମାନ୍ୟ ଅଗ୍ରଗତି ଘଟିବ।
ମକର
ମକର
ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଯାତ୍ରା, ବ୍ୟବସାୟ, କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ । ଅପେକ୍ଷାରେ ରହି ଠିକ୍‌ ସମୟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଆଜି ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଉତ୍ତରଭାଦ୍ରବ ନକ୍ଷତ୍ରର ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ସାଂଗଠନିକ କ୍ଷେତ୍ର ତଥା ରାଜନୈତିକ ପରିସ୍ଥିତି କ୍ରମଶଃ ଜଟିଳ ଓ ସମସ୍ୟାବହୁଳ ହୋଇପଡିବ।
ମୀନମୀନ
 ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ। ସନ୍ତାନଙ୍କ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଈର୍ଷା ପରାୟଣ ବନ୍ଧୁଙ୍କ ପ୍ରତି ସତର୍କ ନ ରହିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଅପରାହ୍ନରେ ଜଣେ ବନ୍ଧୁଙ୍କ ନିକଟରୁ କିଛି ଗୁରୁତ୍ୱପୂର୍ଣ୍ଣ କଥା ଶୁଣିବାକୁ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri