Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୦ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଯାତ୍ରା କିମ୍ବା ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ।
ବୃଷ
ବୃଷ
ଆଜି ଆନୁଷ୍ଠାନିକ କାମ ସକାଶେ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ଭୋଗିବେ। ରୋହିଣୀ ନକ୍ଷତ୍ର ସାମୟିକ ଭାବରେ ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ବଢ଼ିଯିବା ହେତୁ ମାନସିକ ସ୍ଥିରତା ରହିବ ନାହିଁ। ମୃଗଶିରା ସଂକୋଚବଶତଃ ବନ୍ଧୁଙ୍କୁ ମନକଥା କହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହୋଇପାରେ। ଜମିଜମା ବିବାଦ, ଆଇନ, ଅଦାଲତ କ୍ଷେତ୍ରରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସାହାଯ୍ୟ ଲାଭକରି କାର୍ଯ୍ୟ ହାସଲ କରିପାରିବେ। ବନ୍ଧୁ କିମ୍ବା ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।
ସି˚ହ
ସି˚ହ
ଆଜି ନିଜର ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଭ୍ରାତୃସମ୍ପର୍କ ହାନି ଓ ଅର୍ଥାଭାବରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସଂକୀର୍ଣ୍ଣସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଚିତ୍ରା ନକ୍ଷତ୍ର ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ପସନ୍ଦ କରି ନ ପାରନ୍ତି।
ତୁଳା
ତୁଳା
ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ ପାଇଁ ହଠାତ୍‌ ମୋଟା ଅଙ୍କର ଅର୍ଥ ଖର୍ଚ୍ଚ କରିବେ। ସ୍ବାତୀର ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡିତ କରିବ। ଆପଣଙ୍କ କେତେକ କାମରେ ପାରିବାରିିକ ପ୍ରତିରୋଧ ସମସ୍ୟାର କାରଣ ହୋଇପାରେ। ଈର୍ଷା ଓ ଅସୂୟା ମନୋଭାବଜନିତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। କିନ୍ତୁ ଅନୁରାଧା ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବନ୍ଧୁଙ୍କ ଶତ୍ରୁତା ସମସ୍ୟା ସୃଷ୍ଟି କରିପାରେ। ଜମିଜମା କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟା ନେଇ ବିବ୍ରତ ରହିପାରନ୍ତି। କ୍ରୀଡା, କଳା, କାରିଗରି କ୍ଷେତ୍ର ପ୍ରତିଯୋଗିତାରେ ସଫଳ ହେବେ। ସାହିତ୍ୟ, ଚଳଚ୍ଚିତ୍ର ଓ ସାମ୍ବାଦିକତା ପ୍ରଭୃତି କାର୍ଯ୍ୟରେ ସାମାନ୍ୟ ଅଗ୍ରଗତି ଘଟିବ।
ମକର
ମକର
ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଯାତ୍ରା, ବ୍ୟବସାୟ, କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ । ଅପେକ୍ଷାରେ ରହି ଠିକ୍‌ ସମୟରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଆଜି ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଉତ୍ତରଭାଦ୍ରବ ନକ୍ଷତ୍ରର ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ସାଂଗଠନିକ କ୍ଷେତ୍ର ତଥା ରାଜନୈତିକ ପରିସ୍ଥିତି କ୍ରମଶଃ ଜଟିଳ ଓ ସମସ୍ୟାବହୁଳ ହୋଇପଡିବ।
ମୀନମୀନ
 ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ। ସନ୍ତାନଙ୍କ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଈର୍ଷା ପରାୟଣ ବନ୍ଧୁଙ୍କ ପ୍ରତି ସତର୍କ ନ ରହିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଅପରାହ୍ନରେ ଜଣେ ବନ୍ଧୁଙ୍କ ନିକଟରୁ କିଛି ଗୁରୁତ୍ୱପୂର୍ଣ୍ଣ କଥା ଶୁଣିବାକୁ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୫ ତାରିଖ– Daily Horoscope

ମେଷ ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ, ଯାହାକି ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି...

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ...

ରାଶିଫଳ: ବୁଧବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡାଷ୍ଟକ ସ୍ଥିତିରୁ ପାରିବାରିକ ପରିସ୍ଥିତିରେ ବ୍ୟତିକ୍ରମ ସୃଷ୍ଟିହେବ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି ଭାଗ୍ୟସ୍ଥ ଶୁକ୍ରଙ୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟ ସ୍ବଜନଙ୍କ ଗହଣରେ ମନର ଦୁଃଖକୁ ସାମୟିକ ପାସୋରିଦେବେ । ରାଜନୀତିରେ ବହୁତ ଲୋକଙ୍କଠାରୁ ଆଦର ସମ୍ମାନ ପାଇବେ । ପରିବାରରେ କିମ୍ବା...

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରିବାର ପ୍ରଯତ୍ନ କରିପାରନ୍ତି। ଆବଶ୍ୟକତା ପୂରଣ ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ।...

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର...

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଆପଣଙ୍କ ପାଇଁ ଦୁର୍ଲଭ କହିଲେ ଅତ୍ୟୁକ୍ତି ହେବ ନାହିଁ। ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ୍‌ ହେବା...

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା, ନିର୍ମାଣ,...

Advertisement
Archives

Model This Week