Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ଆଜି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି, କିନ୍ତୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁ ହିଁ ପଡ଼ିବ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି । ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ।
ବୃଷ
ବୃଷ
ଆଜି ହଠାତ୍‌ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ଼ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବା ଆଶଙ୍କା ରହିଛି। ସାମୟିକ ଭାବରେ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ଜମିଜମା ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନକୁ ହାଲୁକା କରିବେ।
ସି˚ହ
ସି˚ହ
ଆଜି କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦିଫିକର କରିବାକୁ ପଡ଼ିପାରେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା
ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବା ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକସ୍ତରରେ ସମ୍ମାନ, ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା ଭଲ ଲାଗିବ ନାହିଁ । ଅପରାହ୍ନରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ। ଅପେକ୍ଷା କରିଥିବା କୌଣସି ଖବରଟିକୁ ଆକସ୍ମିକ ଭାବରେ ପାଇ ଖୁସି ହୋଇଯିବେ।
ଧନୁ
ଧନୁ
ଈର୍ଷାପରାୟଣ ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ସମସ୍ୟା ବୃଦ୍ଧି କରିବା ଆଶଙ୍କା ରହିଛି। ଜମିଜମାରେ କିମ୍ବା ରେଜିଷ୍ଟ୍ରେଶନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ରର କ୍ରୀଡ଼ା, କଳା, କାରିଗରି ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ମକର
ମକର
ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍‌ସନ ଲାଗି ରହିବ। ଟିକିଏ କଥାରେ ରାଗିଯାଇ ଯାହା ତାହା କହିବା କାରଣରୁ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ।
ମୀନମୀନ
ବିଭିନ୍ନ ସମସ୍ୟା ରହଥିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ। ସନ୍ତାନମାନଙ୍କ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ରେବତୀ ନକ୍ଷତ୍ର ଚେଷ୍ଟା କରୁଥିବା କାମର ସଫଳତାରେ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାରୁ ଆଜି ଦିନ ଭିତରେ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସହିତ ପାରିବାରିକ କ୍ଷେତ୍ର ମଧ୍ୟ ମନ୍ଦ ହେବନି। କୌଣସି…

ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ…

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ ମଧ୍ୟ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri