Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁହିଁ ପଡିବ। ଦିନ ମଧ୍ୟରେ ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ।
ବୃଷ
ବୃଷ
ଆଜି ହଠାତ୍‌ ଆନୁଷ୍ଟାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ଭାବରେ ପୁରାତନ ରୋଗ ରୁ ପୀଡ଼ା ଅନୁଭବ କରିପାରନ୍ତି। ନିକଟ ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ଆପଣ ସଂକୋଚ ବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରି ପାରନ୍ତି।
କର୍କଟ
କର୍କଟ
ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ ରୁ ଫେରନ୍ତା ବାଟରେ କୈାଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
ଆଜି ମନ କଥାକୁ ମନ ଭିତରେ ରଖି ଇଛା ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ତୁଳା
ତୁଳା
ମନରେ ସୁଖ, ସୌହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପରେ। କର୍ମକ୍ଷେତ୍ରରେ, ସଭା ସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବା ଫଳରେ ମନ ଭଲ ଲାଗିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ପୂର୍ବଦିନର ବିବାଦକୁ କେନ୍ଦ୍ରକରି ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। ଅନୁରାଧା ନକ୍ଷତ୍ରର ଆକସ୍ମିକ ଅର୍ଥ ଲାଭ କାରଣରୁ ମନ ପ୍ରଫୁଲ୍ଲ ରହିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସମସ୍ୟାକୁ ବୃଦ୍ଧି କରିବାର ଆଶଙ୍କା ମଧ୍ୟ ରହିଛି। ଜମିଜମା
କାରବାର କିମ୍ବା ରେଜିଷ୍ଟ୍ରେସନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। କ୍ରୀଡା, କଳା, କାରିଗରୀ, ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ମକର
ମକର
ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହେବାରେ ଅସୁବିଧା ରହିବ ନାହିଁ। ପଡୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡିବେ। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ। ଟିକିଏ କଥାରେ ରାଗିଯାଇ ଯାହା ତାହା କହିବା କାରଣରୁ ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ।
ମୀନମୀନ
ବିଭିନ୍ନ ସମସ୍ୟା ରହଥିିଲେ ମଧ୍ୟ ହାତକୁ ନେଇଥିବା କାମ ଅଟକିବ ନାହିଁ। ପରିବାରରେ ସନ୍ତାନମାନଙ୍କର କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ଚେଷ୍ଠା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri