Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ପଡ଼ୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର ତିଆରି, ଯାନ ବାହନ ମରାମତି ଇତ୍ୟାଦିରୁ ଉପକୃତ ହେବେ। ପ୍ରଶାସନିକ କ୍ଷେତ୍ରରେ ଗତକାଲି ଘଟି ଯାଇଥିବା ଘଟଣାର ମୋଡ଼ ବଦଳି ଯାଇପାରେ।
ମିଥୁନ
ମିଥୁନ
ଆଜି ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ଦିଗରେ ଖର୍ଚ୍ଚାନ୍ତ ସହ କ୍ଷତିରେ ପଡ଼ିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହୋଇପାରେ। ମାଙ୍ଗଳିକ କାମ ସକାଶେ ପରିବାର କିମ୍ବା ବନ୍ଧୁଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ପଦସ୍ଥବ୍ୟକ୍ତିଙ୍କ ସହାୟତାରେ କୌଣସି କଥାକୁ ଖାତିର ନ କରି ଆପଣ ଆଗକୁ ମାଡ଼ି ଚାଲିବେ। ଟଙ୍କା ପଇସା, ନେବା ଆଣିବା, ଦିଆ ନିଆ, କ୍ଷେତ୍ରରେ ସତର୍କ ରହନ୍ତୁ, ନତୁବା କ୍ଷତିରେ ପଡ଼ିପାରନ୍ତି। କର୍ମଜଞ୍ଜାଳ ଓ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ। କଚେରୀ ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରି ପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ। ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ। ଦାୟିତ୍ୱପୂର୍ଣ୍ଣ କାମରେ ଅବହେଳା କରି ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି।
କନ୍ୟା
ଅନ୍ତରରେ ସହୃଦୟତା ଭରି ରହିଥିଲେ ମଧ୍ୟ ମୁହଁରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ। ଶତ୍ରୁତା କରୁଥିବା ଲୋକମାନେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇପାରନ୍ତି। ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ତୁଳା
କେତେକ କ୍ଷେତ୍ରରେ ସମସ୍ୟାର ସମାଧାନଜନିତ ଟେନ୍ସନ ଲାଗି ରହିବ। ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଲେଖା ପଢ଼ା, ସଭାସମିତିରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। କୌଣସି ସମ୍ପର୍କୀୟଙ୍କ ଚିନ୍ତାରେ ବ୍ୟଥିତ ହୋଇପାରନ୍ତି।
ବିଛା
ବିଛା
ଆଜି ଅନ୍ୟକୁ ପ୍ରଭାବିତ କରି କାମ ହାତେଇବେ। ଜ୍ୟେଷ୍ଠା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ ନ କଲେ ଅସୁବିଧାର ସମ୍ମୁଖୀନ ହେବେ। ଘଟଣାକୁ ଭଲ ରୂପରେ ନ ବୁଝି ସହକର୍ମୀ କିମ୍ବା ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ।
ଧନୁ
ଧନୁ
କ୍ରନିକ୍‌ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଜରିଆରେ ପାଇ ଉଲ୍ଲସିତ ହେବେ। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ। ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ବିବାଦରେ ପଶିଲେ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡ଼ି ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜିର କାମ ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇପଡ଼ିବ। ନୂଆ ଯୋଜନା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରି ସଫଳତା ହାସଲ କରିବେ। ପରିବହନରେ ଝଗଡାର ସମ୍ମୁଖୀନ ହୋଇପାରନ୍ତି। ପ୍ରେସ୍‌, ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ମୀନମୀନ

ପରିବାରର ଖର୍ଚ୍ଚ ଭାର ବଢ଼ିଯିବା କାରଣରୁ ଚିନ୍ତିତ ରହିବେ। ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରି ପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାର ଆଶଙ୍କା ସୃଷ୍ଟି ହୋଇପାରେ। ସମସ୍ୟା ଲାଗି ରହୁଥିବାରୁ ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri