Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ଗୁରୁଚାନ୍ଦ୍ରୀ ଯୋଗ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ଆର୍ଥିକ ଉନ୍ନତି ସାଙ୍ଗକୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ କ୍ଷେତ୍ରରେ ସୁଫଳ ପାଇବେ। ପଡ଼ୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର ତିଆରି, ଯାନ ବାହନ ମରାମତି ଇତ୍ୟାଦିରୁ ଉପକୃତ ହେବେ। ପ୍ରଶାସନିକ କ୍ଷେତ୍ରରେ ଗତକାଲି ଘଟି ଯାଇଥିବା ଘଟଣାର ମୋଡ଼ ବଦଳି ଯାଇପାରେ।
ମିଥୁନ
ମିଥୁନ
ଆଜି ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ଦିଗରେ ଖର୍ଚ୍ଚାନ୍ତ ସହ କ୍ଷତିରେ ପଡ଼ିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ପଡ଼ୋଶୀଙ୍କ ସହ ସମସ୍ୟାମୂଳକ ପରିସ୍ଥିତି ସୃଷ୍ଟି ହୋଇପାରେ। ମାଙ୍ଗଳିକ କାମ ସକାଶେ ପରିବାର କିମ୍ବା ବନ୍ଧୁଙ୍କ ମଧ୍ୟରେ ଆଲୋଚନା ଅସମାପ୍ତ ରହିପାରେ।
କର୍କଟ
କର୍କଟ
ପଦସ୍ଥବ୍ୟକ୍ତିଙ୍କ ସହାୟତାରେ କୌଣସି କଥାକୁ ଖାତିର ନ କରି ଆପଣ ଆଗକୁ ମାଡ଼ି ଚାଲିବେ। ଟଙ୍କା ପଇସା, ନେବା ଆଣିବା, ଦିଆ ନିଆ, କ୍ଷେତ୍ରରେ ସତର୍କ ରହନ୍ତୁ, ନତୁବା କ୍ଷତିରେ ପଡ଼ିପାରନ୍ତି। କର୍ମଜଞ୍ଜାଳ ଓ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହି ନ ପାରେ। କଚେରୀ ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରି ପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ବ୍ୟବସାୟ, ବାଣିଜ୍ୟ, ଜମିଜମା କାରବାର, ନିର୍ମାଣ, ପରିବହନରୁ ଭଲ ଲାଭ ପାଇବେ। ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇପାରେ। ଦାୟିତ୍ୱପୂର୍ଣ୍ଣ କାମରେ ଅବହେଳା କରି ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି।
କନ୍ୟା
ଅନ୍ତରରେ ସହୃଦୟତା ଭରି ରହିଥିଲେ ମଧ୍ୟ ମୁହଁରେ କଡା ଭାଷାର ପରିଣାମ ଭୋଗିବାକୁ ପଡିପାରେ। ଶତ୍ରୁତା କରୁଥିବା ଲୋକମାନେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇପାରନ୍ତି। ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ତୁଳା
କେତେକ କ୍ଷେତ୍ରରେ ସମସ୍ୟାର ସମାଧାନଜନିତ ଟେନ୍ସନ ଲାଗି ରହିବ। ସାମ୍ବାଦିକତା, ସାହିତ୍ୟ ଚର୍ଚ୍ଚା, ଲେଖା ପଢ଼ା, ସଭାସମିତିରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। କୌଣସି ସମ୍ପର୍କୀୟଙ୍କ ଚିନ୍ତାରେ ବ୍ୟଥିତ ହୋଇପାରନ୍ତି।
ବିଛା
ବିଛା
ଆଜି ଅନ୍ୟକୁ ପ୍ରଭାବିତ କରି କାମ ହାତେଇବେ। ଜ୍ୟେଷ୍ଠା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ ନ କଲେ ଅସୁବିଧାର ସମ୍ମୁଖୀନ ହେବେ। ଘଟଣାକୁ ଭଲ ରୂପରେ ନ ବୁଝି ସହକର୍ମୀ କିମ୍ବା ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଶିଳ୍ପ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ।
ଧନୁ
ଧନୁ
କ୍ରନିକ୍‌ ରୋଗର ପୀଡ଼ା ସାମାନ୍ୟ ଅନୁଭବ କଲେ ମଧ୍ୟ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ବନ୍ଧୁଙ୍କ ଜରିଆରେ ପାଇ ଉଲ୍ଲସିତ ହେବେ। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଯାତ୍ରା କାଳରେ ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ। ଗୁରୁଜନମାନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ବିବାଦରେ ପଶିଲେ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡ଼ି ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜିର କାମ ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ବଦଳରେ କଷ୍ଟକର ହୋଇପଡ଼ିବ। ନୂଆ ଯୋଜନା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରି ସଫଳତା ହାସଲ କରିବେ। ପରିବହନରେ ଝଗଡାର ସମ୍ମୁଖୀନ ହୋଇପାରନ୍ତି। ପ୍ରେସ୍‌, ଜମିଜମା କାରବାର, ନିର୍ମାଣ ବାଣିଜ୍ୟ, ବ୍ୟବସାୟରେ ଆଶାନୁଯାୟୀ ସୁଫଳ ପାଇବେ।
ମୀନମୀନ

ପରିବାରର ଖର୍ଚ୍ଚ ଭାର ବଢ଼ିଯିବା କାରଣରୁ ଚିନ୍ତିତ ରହିବେ। ସରକାରୀ ସ୍ତରରୁ କିମ୍ବା ବ୍ୟାଙ୍କରୁ ଋଣ କରିବା ପାଇଁ ଯୋଜନା କରି ପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାର ଆଶଙ୍କା ସୃଷ୍ଟି ହୋଇପାରେ। ସମସ୍ୟା ଲାଗି ରହୁଥିବାରୁ ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?