Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ କିଛି ସମସ୍ୟା ଲାଗି ରହିବ, କିନ୍ତୁ କୃତ୍ତିକା ନକ୍ଷତ୍ରର କିଛି ଅସୁବିଧା ହେବନାହିଁ । ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ଗୁରୁଜନଙ୍କ ପରାମର୍ଶ କ୍ରମେ କାମ କଲେ ସମସ୍ୟାର ସରଳ ସମାଧାନ ହେବାର ସମ୍ଭାବନା ରହିଛି ।
ବୃଷ
ବୃଷ
ଆଜି ପାରିବାରିକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ପାଇବେ କିନ୍ତୁ ଅନ୍ୟମାନେ ବିରୁଦ୍ଧାଚରଣ କରିପାରନ୍ତି। ରୋହିଣୀ ନକ୍ଷତ୍ର କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଆନୁଷ୍ଠାନିକ କାମରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି ।
ମିଥୁନ
ମିଥୁନ
ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ସମସ୍ୟା ଆସିଲେ ମଧ୍ୟ ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ। ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନାହିଁ, ଯାହା କି କଳହର କାରଣ ହୋଇପାରେ । ଆରଦ୍ରା ନକ୍ଷତ୍ରର ପୁରାତନ ରୋଗର ପୀଡ଼ା ସାମୟିକ ମନକୁ ବିଷାଦିତ କରିବ।
କର୍କଟ
କର୍କଟ
ଆଜି ଯାହା କରନ୍ତୁ , ସବୁ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ଅଶ୍ଳେଷା ନକ୍ଷତ୍ରର କିନ୍ତୁ ବାଣିଜ୍ୟ, ବ୍ୟବସାୟ ବିଶେଷଭାବେ ଆଶାନୁରୂପ ନ ହୋଇପାରେ। କର୍ମାରମ୍ଭ ପ୍ରୀତିପଦ ହେବ, ଏଥିପାଇଁ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡିବ । ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଗତକାଲିଠାରୁ ଆପଣ ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ କିନ୍ତୁ ଅପରାହ୍ନରେ । ମଘା ନକ୍ଷତ୍ର ସକାଶେ ଆଜି ଇଚ୍ଛା ନ ଥାଇ ମଧ୍ୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କନ୍ୟା
ବିଳମ୍ବରେ କାମଗୁଡିକ ସମ୍ପନ୍ନ ହେବାରୁ ମନରେ ସରସତା ରହିବ ନାହିଁ । ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତିମାନେ ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇ ପାରନ୍ତି । ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ଅପଦସ୍ଥ ହେବେ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁ ସାହାଯ୍ୟ ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡିବେ ନାହିଁ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଚିତ୍ରା ନକ୍ଷତ୍ର, ମନ ଭଲ ନ ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢାଇ ନେବେ । ପାଖ,ପଡୋଶୀମାନେ ନିଜ ନିଜର ସ୍ବାର୍ଥସାଧନ ମାନସରେ ମନ ବୁଝିଲା ଭଳି କଥା କହି କାର୍ଯ୍ୟ ହାସଲ କରିବେ।
ବିଛା
ବିଛା
ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରା ମନକୁ ଆହ୍ଲାଦିତ କରିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। ସାମାଜିକ ସ୍ତରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। ଜ୍ୟେଷ୍ଠା ନକ୍ଷତ୍ର ବ୍ୟକ୍ତିମାନେ କଳା, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଭଲ ବ୍ୟବହାର କରି ସମସ୍ତଙ୍କର ପ୍ରିୟପାତ୍ର ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଜରିଆରେ ବକେୟା ଆଦାୟରେ ସକ୍ଷମ ହେବେ। ବାଣିଜ୍ୟ, ବ୍ୟବସାୟ, ଆଧ୍ୟାମତ୍ିକ କାର୍ଯ୍ୟକ୍ରମରେ ଯଥା ସମ୍ଭବ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ।
ମକର
ମକର
ଆଜି ସକାଳୁ ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ଶ୍ରବଣା ନକ୍ଷତ୍ରର ସାମାନ୍ୟ ଥଣ୍ଡା ଜନିତ କାରଣରୁ ଦେହଟା ଭଲ ଲାଗିବ ନାହିଁ। କଳା, ସାହିତ୍ୟ, ପରିବହନ ସମସ୍ୟା ସମାଧାନ ହୋଇଯିବ । ସ୍ଥଗିତ ନିର୍ମାଣ କାର୍ଯ୍ୟରେ ଉନ୍ନତି ହେବ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ନିଜର ଅସହାୟତାକୁ ଚିନ୍ତାକରି କେତେକ କ୍ଷେତ୍ରରେ ନ୍ୟୁନ ବୋଧ ହୋଇପାରେ । କାମଗୁଡିକ ନ ହେବା କାରଣରୁ ଦୁଃଖ ପ୍ରକାଶ କରିବେ । ଶତଭିଷା ନକ୍ଷତ୍ର ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ
ଯେମିତି ଭାବୁଛନ୍ତି ସେମିତି କଲେ ସବୁ ଠିକ୍‌ ହୋଇଯିବ। ଉପରିସ୍ଥଙ୍କ ଚାପରେ ବାହାରକୁ ଯିବାକୁ ପଡିପାରେ। ପାରିବାରିକ ସମସ୍ୟା ବିଷୟରେ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ନିକଟସ୍ଥ ବନ୍ଧୁ ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri