Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ କିଛି ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ଆଜି ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ କିନ୍ତୁ ଅନ୍ୟମାନେ ପରୋକ୍ଷରେ ବିରୁଦ୍ଧାଚରଣ କରିପାରନ୍ତି। ବୁଦ୍ଧି ବଳ ପ୍ରୟୋଗ କରି କର୍ମକ୍ଷେତ୍ରରେ ଶୃଙ୍ଖଳା ରକ୍ଷା କରିବେ। କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ।
ମିଥୁନ
ମିଥୁନ
ଆଦୌ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ସମସ୍ୟା ଆସିଲେ ମଧ୍ୟ ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ ଓ କାମ ମଧ୍ୟ ଅଟକିବ ନାହିଁ। ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହା କି କଳହର କାରଣ ହୋଇପାରେ। ପୁରାତନ ରୋଗର ପୀଡ଼ା ସାମୟିକ ମନକୁ ବିଷାଦିତ କରିବ।
କର୍କଟ
କର୍କଟ
ଆଜି ଯାହା କରନ୍ତୁ ନା କାହିଁକି, ସବୁ କାମ ସହଜ ଓ ସୁବିଧାରେ ସମ୍ପନ୍ନ କରିବେ। ବ୍ୟବସାୟରେ ଲାଭବାନ ହେବେ, ମାତ୍ର ଆଶାନୁରୂପ ନ ହୋଇପାରେ। କର୍ମାରମ୍ଭ ପ୍ରୀତିପ୍ରଦ ହେବ, ମାତ୍ର ଏଥିପାଇଁ ବହୁତ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିବ। ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ ବନ୍ଧୁମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଗତକାଲିଠାରୁ ଆପଣ ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ନିଶ୍ଚିତ ମିଳିବ। ଆଜି ଇଚ୍ଛା ନ ଥାଇ ମଧ୍ୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପ୍ରଶାସନିକ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ବିଳମ୍ବିତ ସମୟରେ କାମ ସମ୍ପନ୍ନ ହେବାରୁ ମନରେ ସରସତା ରହିବ ନାହିଁ। ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇ ପାରନ୍ତି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇଲେ କାରଣ ନ ଥାଇ ଅନ୍ୟମାନେ ଆପଣଙ୍କୁ ଦୋଷ ଦେଇପାରନ୍ତି। ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ମନ ଭଲ ନ ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
ବନ୍ଧୁମାନଙ୍କ ସହ ଆଜିର ସକାଳୁଆ ଯାତ୍ରା ମନକୁ ଆହ୍ଲାଦିତ କରିବ। କର୍ମକ୍ଷେତ୍ରରେ ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। ସାମାଜିକ ସ୍ତରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଭଲ ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଜରିଆରେ ବକେୟା ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣା ଓଟରା ଲାଗିବ। ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡ଼ିପାରେ।
ମକର
ମକର
ଆଜି ସକାଳୁ ସକାଳୁ କୌଣସି ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ସାମାନ୍ୟ ଥଣ୍ଡାଜନିତ କାରଣରୁ ଦେହଟା ଭଲ ଲାଗିବ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। କେତେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ନିଜର ଅସହାୟତାକୁ ଚିନ୍ତାକରି କେତେକ କ୍ଷେତ୍ରରେ ନିଜକୁ ନୂ୍ୟନ ମନେକରିପାରନ୍ତି। ଶତଭିଷା ନକ୍ଷତ୍ର ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଅସଂଗତି ଲକ୍ଷ୍ୟକଲେ ମଧ୍ୟ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ

ହଠାତ୍‌ ଉପରିସ୍ଥଙ୍କ ଚାପରେ ବାହାରକୁ ଯିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ବିଷୟରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri