Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ
ଆଜି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ। ଗୁରୁଜନଙ୍କ ପରାମର୍ଶକ୍ରମେ କାମ କଲେ ସମସ୍ୟାର ସମାଧାନ ହେବା ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ଲାଗି ରହିଥିଲେ ମଧ୍ୟ ମନକୁ ବୁଝାଇ ରହିବାକୁ ବାଧ୍ୟ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରର ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ, କିନ୍ତୁ ଅନ୍ୟମାନେ ପରୋକ୍ଷରେ ବିରୁଦ୍ଧାଚରଣ କରିବେ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ ପ୍ରଭୃତିରେ ପ୍ରଶଂସିତ ହୋଇପାରନ୍ତି। ଆର୍ଥିକ ସ୍ଥିତି କମ୍‌ଜୋର୍‌ ରହିବା ଫଳରେ ଅନ୍ୟର ସାହାଯ୍ୟ ନେବାକୁ ପଡ଼ିବ।
ମିଥୁନ
ମିଥୁନ
ଭଲ ସମ୍ପର୍କ ନଥିବା ବ୍ୟକ୍ତି ସମସ୍ୟାକୁ ବଢ଼ାଇ ଦେବେ। ସମସ୍ୟା ଆସିଲେ ମଧ୍ୟ ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହାକି କଳହର କାରଣ ହୋଇପାରେ। ପୁରାତନ ରୋଗର ପୀଡ଼ା ସାମୟିକ ମନକୁ ବିଷାଦିତ କରିବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଆଜି ପ୍ରତ୍ୟେକ କାମ ସୁବିଧାରେ ସମ୍ପନ୍ନ କରିବେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ। ସମ୍ପର୍କୀୟଙ୍କ ସହାୟତାରେ ପରିବହନରେ ସମସ୍ୟା ସମାଧାନ ହୋଇଯିବ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ଆଶଙ୍କା ରହିଛି।
ସି˚ହ
ସି˚ହ
ଆଜି ଆପଣ ଯାହା ପାଇବାକୁ ଇଚ୍ଛା କରୁଛନ୍ତି, ତାହା ନିଶ୍ଚିତ ପାଇପାରିବେ। ଇଚ୍ଛା ନ ଥାଇ ମଧ୍ୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବାର ସୌଭାଗ୍ୟ ଅର୍ଜନ କରିବେ। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
କାମଗୁଡ଼ିକ ଝାମେଲା ଭିତରେ ସମ୍ପନ୍ନ ହେବାରୁ ମନରେ ସରସତା ରହିବ ନାହିଁ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ ପ୍ରତିଶ୍ରୁତି ଦେଇ ପାଖ ମାଡ଼ିବ ନାହିଁ। ବ୍ୟବସାୟରେ କ୍ଷତି ଅଧିକ ହେବାର ଆଶଙ୍କା ରହିଛି। ପରିବାରର ସହମତି ନେଇ ଯାନ୍ତ୍ରିକ ଜିନିଷ କ୍ରୟ ବିକ୍ରୟ କରିବାକୁ ମନସ୍ଥ କରିପାରନ୍ତି।
ତୁଳା
ତୁଳା
ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ମନ ଭଲ ନ ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି। ପଡ଼ୋଶୀମାନେ ସ୍ବାର୍ଥ ସାଧନ ମାନସରେ ମନ ବୁଝିଲା ଭଳି କଥା କହି କାର୍ଯ୍ୟ ହାସଲ କରିବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଅନ୍ୟମନସ୍କ କାରଣରୁ ଟଙ୍କା ପଇସା ହଜିଯାଇପାରେ। ସାମାଜିକ ସ୍ତରରେ ସାହସିକତା ପ୍ରଦର୍ଶନ କରି ବନ୍ଧୁଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସମାଧାନ ପୂର୍ବକ ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ସାମାଜିକ କ୍ଷେତ୍ରରେ ଭଲ ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି। ପାଖ ପଡ଼ୋଶୀଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ସ୍ବାସ୍ଥ୍ୟହାନି କାରଣରୁ ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ।
ମକର
ମକର
ଆଜି ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। କଳା, ସାହିତ୍ୟରେ, ପରିବାର ଭିତରେ, ପରିବହନରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ଥଗିତ ରହିଥିବା ନିର୍ମାଣ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବାର ଆଶା ରହିଛି।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ସହ ନିଜକୁ ତୁଳନା କରି କେତେକ କ୍ଷେତ୍ରରେ ନିଜକୁ ନୂ୍ୟନ ମନେ କରିପାରନ୍ତି। କାମଗୁଡ଼ିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇପାରୁଛି ଆପଣଙ୍କ ପାଇଁ ତାହା ନ ହୋଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ବିଜାତୀୟ ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ

କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ବାହାରକୁ ଯିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ବିଷୟରେ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri