Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ। ଜଳ, ତୈଳ, ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ।
ବୃଷ
ବୃଷ
ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ। ଭାଇ,ଭଉଣୀଙ୍କ ସ୍ବାର୍ଥ ସକାଶେ ଘରେ କଳହ କରିପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ବଢ଼ି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ, ଯାହା କି ଦୁଶ୍ଚିନ୍ତାର କାରଣ ହୋଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସପାଇବ। ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଫଳରେ ଟେନ୍ସନ ଲାଗି ରହିବ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ସି˚ହ
ସି˚ହ
ଅଭାବ ଓ ଧାରକରଜ ହେତୁ ମନ ବେଶି ବିବ୍ରତ ରହିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ । ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ।
କନ୍ୟା
କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ। ସୁନା ଜିନିଷ କିଣା ବିକାରେ ଠକାମିରେ ପଡ଼ିପାରନ୍ତି। ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିବ ଏବଂ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସହକର୍ମୀଙ୍କ ମାଧ୍ୟମରେ ଇଚ୍ଛା କରୁଥିବା ଜିନିଷଟି ପାଇ ପାଇ ଖୁସୀ ହେବେ।
ତୁଳା
ତୁଳା
ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ବିବାଦୀୟ ଘଟଣାଟି ସାୟାହ୍ନରେ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ନାନା ସମସ୍ୟାରେ ପଡ଼ି ବିରସ ମନରେ ରହିବେ ଏବଂ ପରିବାରରେ ମଧ୍ୟ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। ମାତ୍ର ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡ଼ି ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପ୍ରତିଯୋଗିତାରେ ସଫଳତା ହାସଲ କରି ସମ୍ମାନିତ ହୋଇପାରନ୍ତି। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଅଟକି ରହିଥିବା କାମ ବନ୍ଧୁ ସୁବିଧାରେ କରାଇ ଦେଇ ପାରନ୍ତି। ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ କିନ୍ତୁ ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଶ୍ରବଣା ନକ୍ଷତ୍ର ସହଜରେ କାମ ହାସଲ କରିବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ
ପାରିବାରିିକ ପ୍ରତିରୋଧ ହେତୁ କାମ ଗୁଡ଼ିକ ଅଟକି ଯିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସୀ ରହିବ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?