Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜିର କାମଗୁଡ଼ିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଅଶ୍ୱିନୀ ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ, କିନ୍ତୁ ସମ୍ପୂର୍ଣ୍ଣ ନୁହେଁ। ଜଳ, ତୈଳ, ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବାର ସୂଚନା ରହିଛି।
ବୃଷ
ବୃଷ
ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ। କୃତ୍ତିକା ନକ୍ଷତ୍ର ପାଖପଡ଼ୋଶୀଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ରିତ ହୋଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବଦାନ୍ୟତାରୁ କାମ ହୋଇଯିବ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝାମେଲା ବଢି ଯାଇପାରେ। ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ, ଯାହାକି ଦୁଶ୍ଚିନ୍ତାର କାରଣ ହେବ। ମୃଗଶିରା ନକ୍ଷତ୍ର ବ୍ୟବସାୟରେ ସଫଳତା ହାସଲ କରିପାରିବେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ପୁଷ୍ୟା ନକ୍ଷତ୍ର ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।
ସି˚ହ
ସି˚ହ
ବନ୍ଧୁଙ୍କ ପରାମର୍ଶରେ ଇଚ୍ଛା ନ ଥିଲେ ମଧ୍ୟ ଭ୍ରମଣରେ ଯିବା ପାଇଁ ବାଧ୍ୟ ହୋଇପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ। ମଘା ନକ୍ଷତ୍ର ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ଆତ୍ମବଳ ଅଭାବରୁ ଧୀରେ ସୁସ୍ଥେ କାମ କରିବାକୁ ପଡ଼ିବ।
କନ୍ୟା
କଠିନ ଶ୍ରମ ସାଙ୍ଗକୁ ଅନିଦ୍ରାହେତୁକ ସ୍ବାସ୍ଥ୍ୟରେ ସମାନ୍ୟ ବ୍ୟତିକ୍ରମ ଦେଖାଦେବ। ଯାତ୍ରା ସମୟରେ ଅପରିଚିତ ଲୋକଟି ନିକଟରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଆକସ୍ମିକ ଭାବରେ ଇଚ୍ଛା କରୁଥିବା ଜିନିଷଟି ପାଇ ଖୁସି ହେବେ। ହସ୍ତା ନକ୍ଷତ୍ର ସକାଶେ ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ।
ତୁଳା
ତୁଳା
ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ବାତୀ ନକ୍ଷତ୍ର ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ। ସମସ୍ୟାର ସମାଧାନ ହୋଇଯିବ ଏବଂ ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳତା ହାସଲ କରିବେ। ଅନୁରାଧା ନକ୍ଷତ୍ର କଳା, ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ପରିସ୍ଥିତିରେ ପଡ଼ି ବହୁତ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପ୍ରତିଯୋଗିତାରେ ସଫଳତା ହାସଲ କରିବା ସହ ଶିଳ୍ପ,ବାଣିଜ୍ୟରେ ଉନ୍ନତି କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବାରେ ବନ୍ଧୁଙ୍କ ଅବଦାନ ରହିବ। ପୂର୍ବାଷାଢ଼ା ନକ୍ଷତ୍ର ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
ମକର
ମକର
ଅଟକି ରହିଥିବା କାମଗୁଡ଼ିକ ବନ୍ଧୁ ସୁବିଧାରେ କରାଇ ଦେଇପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ରର ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବା ସହିତ ସହଜରେ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଶତଭିଷା ନକ୍ଷତ୍ର ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ମୀନମୀନ

ଉତ୍ତରଭାଦ୍ରବ ନକ୍ଷତ୍ରର ପାରିବାରିିକ ପ୍ରତିରୋଧ ହେତୁ କାମଗୁଡ଼ିକ ଅଟକିଯିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସି ରହିବ। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଭାବରେ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟକୁ ମନ ବଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ସହ ସତ୍‍ସଙ୍ଗର ସୁଯୋଗ ପାଇବେ। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଯାତ୍ରା, ବ୍ୟବସାୟ, ପରିବହନ, ରାଜନୀତି ପାଇଁ ବହୁତ ଭଲ। ମାତ୍ର କର୍ମ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ…

ରାଶିଫଳ: ବୁଧବାର, ମେ ୬ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗ ପ୍ରଭାବରୁ ବ୍ୟକ୍ତିତ୍ୱର ପରିପ୍ରକାଶ ସାମାଜିକ ସ୍ତରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ। ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା…

ରାଶିଫଳ: ମଙ୍ଗଳବାର, ମେ ୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। କୃତ୍ତିକା ନକ୍ଷତ୍ର ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri