Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୧୦ ତାରିଖ – Daily Horoscope

ମେଷ
ରାହୁଯୁକ୍ତ ଚନ୍ଦ୍ର ହେତୁ ଟେନସନ୍‌ ଆଜି କିଛି ମାତ୍ରାରେ ବଢ଼ିଯିବ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। କୃତ୍ତିକା ନକ୍ଷତ୍ର ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି ପାଇବ। ଘରେ ସ୍ତ୍ରୀଙ୍କ ଚିଡ଼ିଚିଡ଼ା ସ୍ବଭାବ ଏବଂ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ।
ବୃଷ
ବୃଷ
ଆପଣ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। କର୍ମକ୍ଷେତ୍ରରେ ବିଭିନ୍ନ ଅଭିଯୋଗର ସମ୍ମୁଖୀନ ହେବାକୁ ପଡ଼ିପାରେ। ବନ୍ଧୁଙ୍କ ସମ୍ମୁଖରେ ନିଜର ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବା ପାଇଁ ବାଧ୍ୟ ହେବେ। ପରିବହନ, ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଆର୍ଥିକ ଅଭିବୃଦ୍ଧି ଘଟିଲେ ମଧ୍ୟ କେତେକ କ୍ଷେତ୍ରରେ ପରିସ୍ଥିତି ଏପରି ହେବ ଯେ, ବାଧ୍ୟ ହୋଇ ଯେସାକୁ ତେସା ନୀତିରେ କାମ କରିବେ। ପାରିବାରିକ କ୍ଷେତ୍ର ଭଲ ରହିବ। ବ୍ୟବସାୟରେ ଉନ୍ନତି କରିବେ କିନ୍ତୁ ପ୍ରତିଟି କ୍ଷେତ୍ରରେ ସମସ୍ୟା ମଧ୍ୟ ଦେଇ ଚଳିବାକୁ ପଡ଼ିବ। ଅଫିସରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ।
କର୍କଟ
କର୍କଟ
ଯେତିକି ପାଇବେ ଅଧିକ ଖର୍ଚ୍ଚ କରିବା ହେତୁ ଅଧିକାଂଶ ସମୟ ମାନସିକ ଅସ୍ଥିରତା ମଧ୍ୟରେ କଟାଇବେ। କର୍ମକ୍ଷେତ୍ରରେ କଠୋର ପରିଶ୍ରମଜନିତ ସ୍ବାସ୍ଥ୍ୟହାନି ଘଟିପାରେ। ବନ୍ଧୁଙ୍କ ଆଲୋଚନା ସମୟରେ ସାଧାରଣ କଥାରେ ଯୁକ୍ତତର୍କ ଘଟିପାରେ। ପୁନର୍ବସୁ ନକ୍ଷତ୍ରର ସାହିତ୍ୟ, ସାମ୍ବାଦିକତା ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଦ୍ୱନ୍ଦ୍ୱରେ ପଡ଼ି କୌଣସି ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ର ମଧ୍ୟ ଚିନ୍ତାଜନକ ସ୍ଥିତିରେ ପହଞ୍ଚତ୍ବ। ମଘା ନକ୍ଷତ୍ରର ଆର୍ଥିକ ସ୍ବଚ୍ଛଳତା କାରଣରୁ ମାନସିକ ସ୍ଥିରତା ଆସିବ। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି ଚଳିବା ଭଲ ହେବ, ଅନ୍ୟଥା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
କନ୍ୟା
ଖର୍ଚ୍ଚାନ୍ତ ହୋଇ ପ୍ରତ୍ୟେକ କାମ କରିବେ। ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟ ହେବ। ସମସ୍ୟା ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ପାରିବାରିକ କାରଣରୁ ମନରେ ସରସତା ରହିବ ନାହିଁ। ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବ। ଆଇନ ଅଦାଲତରୁ ସୁଫଳ ସାଙ୍ଗକୁ ଦୀର୍ଘଦିନର ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ପାରିବାରିକ ପରିସ୍ଥିତି ପୂର୍ବପରି ରହିବ ମାତ୍ର ବିଶେଷ କିଛି ଅସୁବିଧା ହେବ ନାହିଁ। ସ୍ବାତୀ ନକ୍ଷତ୍ର ସଭାସମିତିରେ ଯୋଗ ଦେଲେ କିମ୍ବା ସହମତିରେ କାମ କଲେ ଲକ୍ଷ୍ୟ ହାସଲ କରିବେ। ଆଜି ବାଧ୍ୟତାବଶତଃ ଇଚ୍ଛା ନ ଥିଲେ ମଧ୍ୟ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟରେ ଉନ୍ନତି ଘଟିବ।
ବିଛା
ବିଛା
ଯେତେ ପ୍ରକାର ସୁବିଧା ପାଇଲେ ମଧ୍ୟ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ। ବ୍ୟବସାୟରେ, ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅନୁରାଧା ନକ୍ଷତ୍ର ନିଜ ପରିସରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆକସ୍ମିକ ଆବଶ୍ୟକତା ପୂରଣ କରିବା ପାଇଁ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ଆଜି ସ୍ଥଗିତ କାର୍ଯ୍ୟକୁ ତ୍ୱରାନିତ କରିପାରିବେ ନାହିଁ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ ଏବଂ ଆପଣଙ୍କ ଚେଷ୍ଟା ମଧ୍ୟ ବେକାର ଯିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ଏବଂ ସାମୟିକ ମାନସିକ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଅପ୍ରତ୍ୟାଶିତ ଭାବରେ ସାହାଯ୍ୟର ସୁଅ ଛୁଟିବ। ଧନିଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ଭୁଲ୍‌ ଖବରକୁ ସତ୍ୟ ମନେକରି ଉତ୍‌କ୍ଷିପ୍ତ ହୋଇପାରନ୍ତି। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଶାରୀରିକ ସୁସ୍ଥତା ଓ ଦୃଢ଼ ମନୋବଳ ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ କରିବ। କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ପ୍ରଶଂସା ପାଇବେ। ମାତ୍ର ଶତଭିଷା ନକ୍ଷତ୍ର ଅତିରିକ୍ତ ଭ୍ରମଣ ହେତୁ ସନ୍ଧ୍ୟାରେ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପାରିବାରିକ କ୍ଷେତ୍ରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ
କାର୍ଯ୍ୟଦକ୍ଷତାକୁ ନେଇ ଅନେକ ପ୍ରଶଂସା ପାଇ ମନ ଖୁସି ହୋଇଯିବ। କିନ୍ତୁ ଉତ୍ତର ଭାଦ୍ରପଦ ନକ୍ଷତ୍ର ସକାଶେ ଅଫିସ କାମରେ ଅନୁପସ୍ଥିତି କିମ୍ବା ବିଳମ୍ବ ପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କିମ୍ବା ପ୍ରତିଯୋଗିତାରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଖଳ ଲୋକଙ୍କ କଥା ଶୁଣିଲେ ଦାମ୍ପତ୍ୟ ଜୀବନରେ ଝଡ଼ ଆସିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri