Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୧୦ ତାରିଖ – Daily Horoscope

ମେଷ
ଅଧିକାଂଶ ସମୟ ନିରୁତ୍ସାହିତ ରହିବା ଫଳରେ ମନୋରଞ୍ଜନ ପ୍ରୀତିପ୍ରଦ ହେବନାହିଁ। ବନ୍ଧୁଙ୍କ ଆସିବା ବଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ଘଟଣାରେ କୌଣସି ପକ୍ଷ ସମର୍ଥନ କରିବା ଠିକ୍‌ ନ ହୋଇପାରେ।
ବୃଷ
ବୃଷ
ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ କଳହ ଲାଗିପାରେ। ଅଯଥା ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ ଏବଂ ଏହାକୁ ସୁଧାରିବା କଷ୍ଟକର ହୋଇପଡ଼ିବ। ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ଏବଂ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମିଥୁନ
ମିଥୁନ
ବହୁତ ଦିନରୁ ଚେଷ୍ଟା କରି ମଧ୍ୟ ପାଇ ନ ଥିବା ପ୍ରାପ୍ୟଧନ ଆଜି ପାଇବେ। ଆତ୍ମୀୟଙ୍କ ସାହାଯ୍ୟରୁ ସଭାସମିତି, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ରହିବ। ଅନ୍ୟମାନଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇବା ଠିକ୍‌ ହେବନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।
କର୍କଟ
କର୍କଟ
ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଭଲରେ ଭଲରେ କଟିବ। ଆପଣଙ୍କ କାମରେ ବନ୍ଧୁମାନେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହିଛି। ମାତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଓ ବିବାଦୀୟ ଘଟଣାରେ ବିଜୟୀ ହେତୁ ଖୁସି ରହିବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ କେନ୍ଦ୍ର କରି ଓ ବିଭିନ୍ନ କଥା ଚିନ୍ତା କରି ମନଟା ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ। ସାମାଜିକ ସ୍ତରରେ କଲ୍ୟାଣମୂଳକ କାମକରି ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ସଫଳତା ପାଇଲେ ମଧ୍ୟ ପୂର୍ଣ୍ଣ ସନ୍ତୋଷ କୌଣସି କାମରେ ଆସିବ ନାହିଁ। ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ବହୁତ ବିଳମ୍ବରେ ହେଉଥିବାରୁ କ୍ରମଶଃ ବ୍ୟସ୍ତତା ବଢ଼ିଯିବ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିପାରେ। ନିଜ ପରିସରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଫଳରେ ଅନର୍ଥ ସୃଷ୍ଟି ହୋଇପାରେ। ଆଶଙ୍କା ଦୂର ହେବ ଏବଂ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ। ବ୍ୟୟ ଭାର କ୍ରମଶଃ କମି କମି ଆସିବା କାରଣରୁ ମାନସିକ ସ୍ଥିରତା ପାଇବେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେବାର ସୂଚନା ରହିଛି।
ବିଛା
ବିଛା
କର୍ମକ୍ଷେତ୍ରରେ କିଛିଟା ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। କିନ୍ତୁ୍‌ ଯେମିତି ଓ ଯାହା ଛାହୁଁଛନ୍ତି କିମ୍ବା ଭାବୁଛନ୍ତି ଠିକ୍‌ ସେପରି ଫଳ ହାତେ ହାତେ ମିଳିଯିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉଚ୍ଚ ପଦାଧିକାରୀଙ୍କ ପୃଷ୍ଠପୋଷକତା କାରଣରୁ ମହିଳାମାନଙ୍କ ମନୋବଳ ବୃଦ୍ଧି ପାଇବ।
ଧନୁ
ଧନୁ
ଦିନସାରା ଆପଣଙ୍କୁ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଭାସମିତି ପାଇଁ ଦିନଟି ବହୁତ ଭଲ। ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି।
ମକର
ମକର
ପାରିବାରିକ ସମସ୍ୟାର ସମାଧାନ କରି ଏକପ୍ରକାର ଆମତ୍ତୃପ୍ତି ଲାଭ କରିବେ। ରାଜନୀତି, ଜମିଜମା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପ୍ରତ୍ୟେକ କ୍ଷେତ୍ରରେ ଅପେକ୍ଷାକୃତ ଅସୁବିଧା ଭୋଗିବେ କିନ୍ତୁ କୌଣସି କାମ ଅଟକିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ସୃଷ୍ଟି ହେବାରୁ ମନ ଅସ୍ଥିର ରହିବ। ଜମିଜମା କାରବାରରେ ଅଗ୍ରଗତି, ସରକାରୀ ସୂତ୍ରରୁ ଅର୍ଥ, ଧାର୍ମିକ ଓ ଆନୁଷ୍ଠାନିକ କାର୍ଯ୍ୟ ପ୍ରଭୃତିରେ ଆଶାନୁରୂପ ସଫଳତା ପାଇବେ। ଅଫିସିଆଲି ବାଦବିବାଦରେ ଆପୋଷ ସମାଧାନ ଘଟିବ। ଘରେ ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ।
ମୀନମୀନ

ଅଶାନ୍ତ ପରିସ୍ଥିତିରେ ସୁଧାର ଆସିବା କାରଣରୁ ମାନସିକ ସ୍ଥିତି କ୍ରମଶଃ ସୁସ୍ଥ ହୋଇଯିବ। ପଡ଼ୋଶିନୀଙ୍କ ସହିତ ଭୁଲ୍‌ ବୁଝାମଣା ଦୂରେଇବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆଲୋଚନା କ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ମଧ୍ୟ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri