Posted inRasifala

ରାଶିଫଳ: ଗୁରୁବାର, ଜୁନ୍‌ ୧୦ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ପରୋକ୍ଷ ସାହାଯ୍ୟ ଫଳରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପୂର୍ବରାଗକୁ କେନ୍ଦ୍ରକରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କଚେରି ମାମଲା କିମ୍ବା ଆକସ୍ମିକ କଳହ ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ବନ୍ଧୁଙ୍କ ସାହାଯ୍ୟରୁ ବଦଳିଯାଇପାରେ।
ମିଥୁନ
ମିଥୁନ
ଧୈର୍ଯ୍ୟର ସହ ବିଭିନ୍ନ କ୍ଷେତ୍ରର ସମସ୍ୟା ମୁକାବିଲା କରିବାରେ ସମର୍ଥ ହେବେ। କେତେକ ଘଟଣାରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣି ଜନିତ ମନ ଭଲ ରହିବ ନାହିଁ। ଜମା ଭଲ ପଡୁ ନ ଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଅର୍ଥ ସଂକଟ ଦୂରେଇବାରେ ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇପାରିବେ। କିନ୍ତୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଉତ୍ତରା-ଫାଲଗୁନୀ ନକ୍ଷତ୍ର ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅଫିସ୍‌ କାମରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ସକାଳୁ ସକାଳୁ କୌଣସି ବିଶେଷ କାମରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ଅଫିସ୍‌ରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସ୍ବାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ ।
ତୁଳା
ତୁଳା
ଅଫିସ୍‌ କାମରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କୁ ସୁହାଇଲା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡ଼ିବ। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଯାହା ଚାହୁଁଥିଲେ ତାହା ହାସଲ କରିବା କାରଣରୁ ମନ ଖୁସି ହୋଇଯିବ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସହାୟତା ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଜଣାଶୁଣା ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିପାରନ୍ତି। ପଡ଼ୋଶୀ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ। ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସ୍ତରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି କଳହରୁ ଦୂରେଇ ରହିବା ଭଲ ହେବ। ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ।
ମକର
ମକର
ଆଜି ସ୍ବାର୍ଥ ହାସଲ ପାଇଁ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ଭାବୁଥିବା କଥାଟି ବନ୍ଧୁଙ୍କୁ ପ୍ରକାଶ କରିପାରିବେ ନାହିଁ। ପାରିବାରିକ ସ୍ତରରେ ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ପ୍ରତିରୋଧ ଆସିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଯୋଜନାଟିକୁ ଆରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ବ୍ୟତିକ୍ରମକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ଆର୍ଥିକ ଆବଶ୍ୟକତା ପୂରଣ ସକାଶେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ସତର୍କତାର ସହ କାମ କଲେ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ନିଜର ଲୋକମାନେ ଦୋଷ ଖୋଜି ବୁଲିବେ। ଅଫିସ୍‌ରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ପ୍ରତ୍ୟେକ ପରିସ୍ଥିତିରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରିବେ ବାସ୍ତବରେ ସେପରି କିଛି ହେବନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri