Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ
ବନ୍ଧୁ କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ। ଜମା ଭଲ ସମ୍ପର୍କ ନ ଥିବା ଲୋକଟି ସହ ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ। ହାତକୁ ନେଇଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଆନୁଷ୍ଠାନିକ କିମ୍ବା ଶୁଭ କାର୍ଯ୍ୟରେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଓ ଅକୁଣ୍ଠ ସମର୍ଥନ ଯୋଗୁ ଆଗେଇ ଯିବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ସହ ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ପ୍ରଶାସନିକ ଆଲୋଚନାର ଶେଷ ସମୟରେ ନିଷ୍ପତ୍ତି ଓଲଟ ପାଲଟ ହୋଇଯିବା ଆଶଙ୍କା ରହିଛି। ଆଲୋଚନା ସମୟରେ ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଗବେଷଣା, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।
କର୍କଟ
କର୍କଟ
ଆପଣ ସମସ୍ୟାକୁ ସମାଧାନ କରିବାରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ। ପୁନର୍ବସୁ ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଘରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ପରିବର୍ତ୍ତିତ ସମୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ। ତଥାପି ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ। ଆଗାମୀ ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ।
କନ୍ୟା
ପରିବାରରେ ଜମିଜମାକୁ କେନ୍ଦ୍ରକରି ଭ୍ରାତୃ ସମ୍ପର୍କ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ସୃଷ୍ଟି କରିବେ। ପିଲା ମାନଙ୍କ କୃତି ଓ କୃତିତ୍ୱ ସକାଶେ ମାନସିକ ସ୍ତରରେ ଗର୍ବ ଅନୁଭବ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହୋଇପାରେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବାରୁ ଧାର, କରଜ କରିପାରନ୍ତି।
ତୁଳା
ତୁଳା
ଆଲୋଚନା ସମୟରେ ଅପ୍ରିୟ ସତ୍ୟ କଥା କହିବା କାରଣରୁ ମିତ୍ରମାନେ ଈର୍ଷାପରାୟଣ ହୋଇପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି। ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ବିଛା
ବିଛା
ଦୈହିକ ସୁସ୍ଥତା ଥିଲେ ମଧ୍ୟ କେତେକ ଅପୂରଣୀୟ କାମନା ମନକୁ ବିବ୍ରତ କରାଇବ। କର୍ମକ୍ଷେତ୍ରର ବିବାଦୀୟ ଘଟଣାରେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ଲାଗି ରହିଥିବାରୁ ମନ ଅଶାନ୍ତ ରହିବ। ଯାତ୍ରା ସମୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ସାମାଜିକ ସ୍ତରରେ କେତେକ ନୂତନ କାମର ପରିକଳ୍ପନା କରି ପ୍ରଶଂସିତ ହେବେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ।
ମକର
ମକର
ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ମନକୁ ପାଇଲା ଭଳି କଥା କହି ପରିସ୍ଥିତିକୁ ହାଲୁକା କରିପାରନ୍ତି।ସହକର୍ମୀଙ୍କ ସହ ହୃତସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। ଘରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ଆତ୍ମୀୟମାନଙ୍କ ସମ୍ବନ୍ଧରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ ମାତ୍ର ତାହା ଅସ୍ଥାୟୀ ଭଳି ମନେ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟରୁ ଲାଭବାନ ହେବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା କମିବ ନାହିଁ। ଆର୍ଥିକ ସ୍ଥିତି ପୂର୍ବବତ୍‌ ରହିବ, କିନ୍ତୁ କାମ ଅଟକିବ ନାହିଁ।
ମୀନମୀନ
ମାନସିକ ଦ୍ୱନ୍ଦ୍ୱ ବଢ଼ିବା କାରଣରୁ ତାହା ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ବନ୍ଧୁଙ୍କ ସାହାଯ୍ୟରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଅସୁବିଧା ନ ଥିଲେ ମଧ୍ୟ ଅଫିସିଆଲି କେତେକ ସମସ୍ୟା କାରଣରୁ ମନରେ ସ୍ଥିରତା ରହି ନ ପାରେ। ଅସହିଷ୍ଣୁ ମନୋଭାବରୁ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri