Posted inRasifala

ରାଶିଫଳ: ସୋମବାର, ମେ ୧୦ ତାରିଖ – Daily Horoscope

ମେଷ
ଆଜି ଆଲୋଚନା, ସଭାସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ଦିନଟିଏ। ପରିବାର, ପରିବହନ, ଲୋକ ସମ୍ପର୍କ, ଯାନବାହନ ଦିଗରେ ଉନ୍ନତି କରିବେ। ନିଜ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ ସୁଯୋଗ ଆପଣାଛାଏଁ ଆସିବ, କିନ୍ତୁ କିଛି ଲାଭ ହେବନି। ପ୍ରସ୍ତୁତି ପଥରେ ଥିବା କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ପ୍ରଶାସନ, ପ୍ରକାଶନ, ମନୋରଞ୍ଜନରୁ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ମନ ଯେମିତି ଚାହୁଁଛି ଠିକ୍‌ ସେମିତି କାମ ସମ୍ପନ୍ନ ହେବାରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ। ନିଜର ବୁଦ୍ଧିମତ୍ତାର ପ୍ରୟୋଗ କରି ପ୍ରତ୍ୟେକ କ୍ଷେତ୍ରରେ ସାଫଲ୍ୟ ମଣ୍ଡିତ ହେବେ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ ଓ ଅର୍ଥାବସ୍ଥାରେ ଉନ୍ନତି ଘଟିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ।
କର୍କଟ
କର୍କଟ
ଆଜି ସାମାଜିକ ସ୍ଥିତି, ଅର୍ଥନୈତିକ ପ୍ରଗତି, ପାରିବାରିକ ପରିସ୍ଥିତିକୁ ସନ୍ତୁଳିତ କରି ରଖିବେ। ସାମୟିକ ଯାତ୍ରାକାଳୀନ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ। କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ସି˚ହ
ସି˚ହ
ପ୍ରତ୍ୟୁଷଯାତ୍ରାରେ ସତର୍କ ନ ରହିଲେ ଧନ ହାନି ହୋଇପାରେ। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା, ପାଇବା କଷ୍ଟକର ହୋଇପଡିବ।
କନ୍ୟା
ନିଜେ ରହୁଥିବା ପରିବେଶର ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି ଘଟିବ। ସତ୍‌ସଙ୍ଗ କିମ୍ବା ନାମ ସଂକୀର୍ତ୍ତନରେ ନିଜକୁ ହଜେଇ ଦେଇ ପାରନ୍ତି।
ତୁଳା
ତୁଳା
ମନ ଅନୁଯାୟୀ କୌଣସି କାମ କରିବାରେ ଅସୁବିଧା ହେବ ନାହିଁ। କୌଣସି ନୀଚ ଜାତିର ବ୍ୟକ୍ତି ସହ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତି, କଚେରି ମାମଲା ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଗୃହ ନିର୍ମାଣ, ଯାନବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନାରେ ସମୟ କଟାଇପାରନ୍ତି।
ବିଛା
ବିଛା
ଆଜି ଯେଉଁ କାମ କରିବାକୁ ଯାଉଛନ୍ତି, ତାହା ସାମାନ୍ୟ ବ୍ୟତିକ୍ରମ ଭିତରେ ସଫଳ ହେବ। ପାରିବାରିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଭୁଲ୍‌ ବୁଝାମଣା ଯୋଗୁଁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଜମିଜମା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ଧନୁ
ଧନୁ
ମନ ବୁଝିଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସରଳୀକୃତ କରିବାରେ ସମର୍ଥ ହେବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଜମିଜମା, ଗୃହସୀମା, ପ୍ରଶାସନିକ ସ୍ତରରେ କୌଣସି ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ମକର
ମକର
ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁଁ ଅଗ୍ରଗତି ହୋଇ ପାରିବ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ। ବନ୍ଧୁଙ୍କ ସହାୟତାରେ ପାରିବାରିକ ତଥା ପ୍ରଶାସନିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। ନୂତନ ଯୋଜନା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ମିଳିବ। ନିଜ ଲୋକମାନେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଶତ୍ରୁତା କରିପାରନ୍ତି।
ମୀନମୀନ
ଆଜି ଦିନଟିରେ ବାଣିଜ୍ୟ, ପରିବହନ ତଥା ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ନୀରବଦ୍ରଷ୍ଟା ସାଜିବେ। ନୂତନ ଗୃହ, ଯାନବାହନାଦି ଯାନ୍ତ୍ରିକ ଦ୍ରବ୍ୟ ଲାଭ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri