Posted inRasifala

ରାଶିଫଳ: ବୁଧବାର, ମେ ୧୦ ତାରିଖ – Daily Horoscope

ମେଷ
ଆଜି ଶିକ୍ଷା, ପରୀକ୍ଷା, ଆଲୋଚନା, ସଭାସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ରହିବ। ଦ୍ୱିଜା ନକ୍ଷତ୍ରର ପରିବାର, ପରିବହନ, ଲୋକସମ୍ପର୍କ, ଯାନବାହନ ଦିଗରେ ଉନ୍ନତି କରାଇବେ। ନିଜ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ।
ବୃଷ
ବୃଷ
ପ୍ରସ୍ତୁତି ପଥରେ ଥିବା କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ। ବନ୍ଧୁ ଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ରୋହିଣୀ ନକ୍ଷତ୍ରର ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ। ପ୍ରଶାସନ, ପ୍ରକାଶନ, ମନୋରଞ୍ଜନରୁ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ମନ ଯେମିତି ଚାହୁଁଛି ଠିକ୍‌ ସେମିତି କାମଗୁଡ଼ିକ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ। ନିଜର ବୁଦ୍ଧିମତ୍ତାର ପ୍ରୟୋଗ କରି ପ୍ରତ୍ୟେକ କ୍ଷେତ୍ରରେ ସଫଳ ହେବେ। କିନ୍ତୁ ଆରଦ୍ରା ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ ଓ ଅର୍ଥାବସ୍ଥାରେ ଉନ୍ନତି ଘଟିବ।
କର୍କଟ
କର୍କଟ
ଆଜି ସାମାଜିକ ସ୍ଥିତି, ଅର୍ଥନୈତିକ ପ୍ରଗତି, ପାରିବାରିକ ପରିସ୍ଥିତିକୁ ସନ୍ତୁଳିତ ରଖିବେ। ତଥାପି ପୁନର୍ବସୁ ନକ୍ଷତ୍ର ସକାଶେ ଭାଇ, ବନ୍ଧୁ, ସହକର୍ମୀ କିମ୍ବା ସ୍ତ୍ରୀ, ଅଂଶୀଦାରଙ୍କ ସମ୍ପର୍କ ଉତ୍ତମ ରହିବ। ବ୍ୟବସାୟୀ ଓ ସାମୟିକ ଯାତ୍ରାକାଳୀନ ବନ୍ଧୁଙ୍କ ସହ ମତାନ୍ତରଜନିତ ଅଶାନ୍ତି ଉପୁଜିପାରେ। ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ପ୍ରତ୍ୟେକ କଥାକୁ ଭୟ ଓ ଆଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ। ନିଜ ଲୋକଙ୍କଠାରୁ ଯାହା ଓ ଯେତିକି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟକର ହେବ। ଉତ୍ତରାଫାଲଗୁନୀ ନକ୍ଷତ୍ରର ମାଙ୍ଗଳିକ କାମ ସକାଶେ ବ୍ୟସ୍ତତା ବୃଦ୍ଧିପାଇବ।
କନ୍ୟା
ନିଜେ ରହୁଥିବା ପରିବେଶର ସ୍ଥାନୀୟ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଉପକୃତ ହେବେ। ବିଭିନ୍ନ ପ୍ରକାର ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ, କଳା, ସାହିତ୍ୟ, ସାମ୍ବାଦିକତାରେ ଉନ୍ନତି ଘଟିବ। ହସ୍ତା ନକ୍ଷତ୍ର ସତ୍‌ସଙ୍ଗ କିମ୍ବା ନାମ ସଂକୀର୍ତ୍ତନରେ ନିଜକୁ ହଜାଇ ଦେଇ ପାରନ୍ତି।
ତୁଳା
ତୁଳା
ଆଜି କୌଣସି ନୀଚ ଜାତିର ବ୍ୟକ୍ତି ସହ କଳହ ଲାଗିପାରେ। ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ସ୍ବାତୀ ନକ୍ଷତ୍ର ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। ଗୃହ ନିର୍ମାଣ, ଯାନବାହନ ମରାମତି, ପଦସ୍ଥ ବ୍ୟକ୍ତିଙ୍କ ସହ ଆଲୋଚନା ପ୍ରଭୃତିରେ ସମୟ କଟାଇବେ।
ବିଛା
ବିଛା
ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ସେଥିରେ ସାମାନ୍ୟ ବ୍ୟତିକ୍ରମ ଭିତରେ ସଫଳ ହେବେ। ଅନୁରାଧା ନକ୍ଷତ୍ରର ପାରିବାରିକ ସ୍ଥିତିରେ ଉନ୍ନତି ହେବ। ସନ୍ଦେହ ଓ ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ହେବେ।
ଧନୁ
ଧନୁ
ମନ ବୁଝିଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସମ୍ଭାଳିନେବେ। ସଭାସମିତିରେ ଅନ୍ୟର ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇପାରନ୍ତି। ପୂର୍ବାଷାଢ଼ା ନକ୍ଷତ୍ରର ପ୍ରଶାସନିକ ସ୍ତରରେ କୌଣସି ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ରଚନାମତ୍କ କାମ, କଳା, ସାହିତ୍ୟାଦିରେ ଆମତ୍ସନ୍ତୋଷ ମିଳିବ।
ମକର
ମକର
ଯେତେ ସତର୍କତା ସହିତ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହେବ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଧନିଷ୍ଠା ନକ୍ଷତ୍ର ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ। ପାରିବାରିକ ତଥା ପ୍ରଶାସନିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। ନୂତନ ଯୋଜନା, ଶିଳ୍ପ, ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଶତଭିଷା ନକ୍ଷତ୍ର ସକାଶେ ନିଜ ଲୋକ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଶତ୍ରୁତା କରିପାରନ୍ତି।
ମୀନମୀନ
ଆଜି ଆପଣ ସବୁ ପ୍ରକାର ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ। ରେବତୀ ନକ୍ଷତ୍ର ସକାଶେ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ନୀରବଦ୍ରଷ୍ଟା ସାଜିବେ। ନୂତନ ଗୃହ, ଯାନବାହନାଦି ଯାନ୍ତ୍ରିକ ଦ୍ରବ୍ୟ ଲାଭ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri