Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ
ଉଚ୍ଚସ୍ଥ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ନୂତନ ଯାନବାହନ କ୍ରୟ ସକାଶେ ମନ ବଳାଇପାରନ୍ତି।
ବୃଷ
ବୃଷ
ଆପଣଙ୍କ ସନ୍ଦେହୀ ମନ ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି ଅଶାନ୍ତ ରହିବେ। ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ ଓ ସଫଳତା ମଧ୍ୟ ମିଳିବ। କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ, ଫଳରେ ସ୍ବାସ୍ଥ୍ୟହାନିର ସମ୍ଭାବନା ରହିଛି। ତୀର୍ଥାଟନ କଥା ଚିନ୍ତା କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଖୁସି ହୋଇପାରେ। ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନ୍ୟମାନଙ୍କ ସାହାଯ୍ୟରେ ସମ୍ପୂର୍ଣ୍ଣ କରିବେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ଭାବେ ଟେନ୍‌ସନ ସୃଷ୍ଟି କରିବ। ସାୟାହ୍ନେ ପିଲାଙ୍କ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି।
କର୍କଟ
କର୍କଟ
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳିନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ଆଜି ଦିନଟିରେ ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ହେବ।
ସି˚ହ
ସି˚ହ
ମାନସିକ ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବାରୁ ଚିନ୍ତା ପ୍ରକଟ କରିପାରନ୍ତି। ଆକସ୍ମିକ ଭାବେ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅବହେଳିତ କାମଜନିତ କର୍ମକ୍ଷେତ୍ରରେ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ।
କନ୍ୟା
ପରିବାରର ଆର୍ଥତ୍କ ଅନଟନ ମାନସିକ ଦୁଶ୍ଚିନ୍ତାର କାରଣ ହେବ। ଅପେକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବନ୍ଧୁଙ୍କ କଥାରେ ଭରସା କରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ।
ତୁଳା
ତୁଳା
ପୂର୍ବରୁ ପାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଜି ଅର୍ଥ ଓ ସମ୍ମାନ ପାଇବେ। ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଆଲୋଚନା କିମ୍ବା ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନିଜ ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।
ବିଛା
ବିଛା
କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ପିଲାମାନଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପ୍ରେସ୍‌, ପବ୍ଲିକେଶନ, ସଭାସମିତି, ରାଜନୀତି, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ସମୟାନ୍ତରେ ସଫଳତା ଅବଶ୍ୟ ମିଳିବ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି , ଏଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବା ଭଲ ହେବ। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜଖବର ପାଇପାରନ୍ତି। ଜମିଜମା କାରବାରଜନିତ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର
ପାରିବାରିିକ ଜୀବନ ସୁଖଶାନ୍ତିରେ କଟିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ନିକଟ ସମ୍ପର୍କୀୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବାର ଆଶଙ୍କା ଉପୁଜାଇପାରେ।
କୁମ୍ଭ
କୁମ୍ଭ
ଆଶା କରୁଥିବା କୌଣସି ଶୁଭ ଖବର ପଡ଼ୋଶୀଙ୍କ ନିକଟରୁ ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ବାରମ୍ବାର ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ
କର୍ମକ୍ଷେତ୍ରରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ମନାନ୍ତର ଦେଖା ଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ…

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri