Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ
କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ଦୈହିକ ଅସୁସ୍ଥତା ସାଙ୍ଗକୁ କମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। କଥା କଟାକଟିଜନିତ ପାରିବାରିକ ଅଶାନ୍ତିର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଉପର ଅଧିକାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାମ ସ୍ଥଗିତ ରହିଯାଇପାରେ।
ବୃଷ
ବୃଷ
ସାମୂହିକ କଲ୍ୟାଣମୂଳକ କାମରେ ନିଜଲୋକମାନଙ୍କ ସହ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ସନ୍ଦେହି ମନ ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି ଅଶାନ୍ତି ରହିବେ। ଖାଦ୍ୟପେୟ ଠିକ୍‌ ନ ରହିବା କାରଣରୁ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ବନ୍ଧୁଙ୍କ ପ୍ରରୋଚନାରେ ତୀର୍ଥାଟନ କଥା ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ଦୀର୍ଘଦିନପରେ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଖୁସି ହୋଇଯାଇପାରେ। ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନ୍ୟମାନଙ୍କ ସାହାଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହାୟତାରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ପରୋକ୍ଷ ଶତ୍ରୁତା ସାମୟିକ ଭାବରେ ଟେନ୍ସନ ସୃଷ୍ଟି କରିପାରେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବା ସହ ଅର୍ଥଲାଭର ସମ୍ଭାବନା ରହିଛି। ମାତ୍ର ପୁରୁଣା ରୋଗଜନିତ ଦୈହିକ ଦୁର୍ବଳତା ଅନୁଭବ କରିପାରନ୍ତି। ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ବନ୍ଧୁଙ୍କ ସହ ଆଲୋଚନା ପରିସରରେ କଡ଼ା କଥା କହି ଅପ୍ରିୟ ହୋଇପାରନ୍ତି। ପୂର୍ବାଫାଲଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିପାଇବାରୁ ଚିନ୍ତା ବଢିଯିବ। ବନ୍ଧୁଙ୍କ ସହ ଆଲୋଚନାକ୍ରମେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ। ପାରିବାରିକ ଆବଶ୍ୟକତାକୁ ନେଇ ହଠାତ୍‌ ମୋଟା ଅଙ୍କର ଅର୍ଥ ଦରକାର ପଡିପାରେ।
କନ୍ୟା
ବିବାଦୀୟ ପରିସ୍ଥିତି ଲାଗିରହିବା ଯୋଗୁ ମାନସିକ ସୁସ୍ଥତା ହରାଇବେ। ଅପେକ୍ଷା କରିବାକୁ କଥା ଦେଇଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ଭାଇଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ଚିନ୍ତା କରିବେ। ତର୍କ ବିତର୍କଜନିତ ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ପାରିବାରିକ ପରିସ୍ଥିତି ନିୟନ୍ତ୍ରଣ ଅବସ୍ଥାରେ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଫଳରେ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଆଲୋଚନା କିମ୍ବା ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ମନ ଅନୁଯାୟୀ କାମ କରିବା ସହ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଜ୍ୟେଷ୍ଠା ନକ୍ଷତ୍ର କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ। ପିଲାଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ହେବାରୁ କ୍ଷୋଭ ପ୍ରକାଶ କରିବେ। ପ୍ରେସ୍‌, ପବ୍ଲିକେଶନ, ରାଜନୀତି, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ରର ସକାଳୁ ସକାଳୁ ଶୁଭଖବର ପାଇ ମନ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ ନତୁବା ସମାଲୋଚିତ ହେବେ। ଜମିଜମା କାରବାରଜନିତ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପ୍ରିୟଜନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
ମକର
ମକର
ଉତ୍ତରାଷାଢ଼ା ନକ୍ଷତ୍ର ବିଭିନ୍ନ ଦିଗରୁ ସାହାଯ୍ୟ ପାଇ କାମ ହାସଲ କରିବେ। ନିକଟ ସମ୍ପର୍କୀୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ସ୍ବାସ୍ଥ୍ୟହାନି କାରଣରୁ ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିବ।
କୁମ୍ଭ
କୁମ୍ଭ
କାର୍ଯ୍ୟହାନି ସାଙ୍ଗକୁ ଆର୍ଥିକ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାରମ୍ବାର ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଧନିଷ୍ଠା ନକ୍ଷତ୍ର ଦୂର ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।
ମୀନମୀନ

ଉତ୍ତରଭାଦ୍ରପଦ ନକ୍ଷତ୍ର ପ୍ରିୟଜନଙ୍କ ସାହାଯ୍ୟ ନେଇ ସ୍ଥଗିତ କାମଟିକୁ ସମ୍ପନ୍ନ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମନାନ୍ତର ଦେଖା ଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବା ସକାଶେ ଘରେ ଆଲୋଚନା କରାଯାଇପାରେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri